Home ଓଡ଼ିଶା କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) କଳାହାଣ୍ଡି :- କେସିଙ୍ଗା ବ୍ଲକ ସଭାଗୃହରେ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ପାଓ୍ବାର ସଚିନ ପ୍ରକାଶ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଦୟାମୟ ପାଢ଼ୀ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି, ଉପ ଜିଲ୍ଲାପାଳ, ଭବାନୀପାଟଣା ପ୍ରଭାତ କୁମାର ପରିଜା, କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନ ଓ ବିଡ଼ିଓ ସିଦ୍ଧେଶ୍ୱର ମେହେର ପ୍ରମୁଖ ଯୋଗଦାନ କରିଥିଲେ । ଏଥିସହିତ ବିଭିନ୍ନ ଲାଇନ୍ ବିଭାଗର ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ। ସମୁଦାୟ ୬୫ ଗୋଟି ଅଭିଯୋଗ ପତ୍ର ଦାଖଲ ହୋଇଥିଲା ବେଳେ ଏଥିରେ ୫୦ ରୁ ଉର୍ଦ୍ଧ୍ବ ବ୍ୟକ୍ତିଗତ ଥିଲାବେଳେ ଅବଶିଷ୍ଟ ସାମୁହିକ ଅଭିଯୋଗ ଥିଲା। ଏହିସବୁ ଅଭିଯୋଗ ମଧ୍ୟରେ ପି ଏମ୍ ଆବାସରୁ ବଞ୍ଚିତ ଥିବା ଗରିବ ହିତାଧିକାରୀଙ୍କୁ ନୂତନ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରିବା ୬ ଟି, ସାମାଜିକ ସୁରକ୍ଷା ଯୋଜନାରୂ ବଞ୍ଚିତ ହିତାଧିକାରୀଙ୍କୁ ସାମିଲ କରିବା ୨୩ ଟି, ଶସ୍ୟଖଳା ନିର୍ମାଣରେ ଅନିୟମିତତା, ଲଘୁ ଖଣିଜ ଦ୍ରବ୍ୟର ଚୋରା କାରବାର, କେସିଙ୍ଗା ବ୍ଲକର ଭାରପ୍ରାପ୍ତ ଜିପିଡିଓଙ୍କ ଦୁର୍ନୀତି, ବାସହୀନ ପରିବାରଙ୍କୁ ମାଗଣା ଘରଡିହ ଯୋଗାଣ ଆଦି ଅନ୍ତର୍ଭୁକ୍ତ ଥିବା ଜଣାପଡିଛି । କେସିଙ୍ଗାର କେତେକ ଗଣମାଧ୍ୟମ ପ୍ରତିନିଧି ବ୍ଲକ ପକ୍ଷରୁ ପ୍ରଚାର ପ୍ରସାର ଅଭାବରୁ ଜନଶୁଣାଣୀ ଶିବିରରେ କମ୍ ଲୋକ ହେଉଛନ୍ତି ବୋଲି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ । ତେବେ ଜିଲ୍ଲାପାଳଙ୍କ ଉତ୍ତରରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନେ ଅସନ୍ତୋଷ ପ୍ରକାଶ କରି କକ୍ଷତ୍ୟାଗ କରି ପଳେଇ ଆସିଥିଲେ । Categories: ଓଡ଼ିଶା, କଳାହାଣ୍ଡି, ହୋମ୍ Related Content ଏକ ଯକ୍ଷ୍ମାମୁକ୍ତ ଭାରତ - କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ by Proprietor Abhimanyu Maharana September 18, 2026 ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ by Proprietor Abhimanyu Maharana September 18, 2026 ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା by Proprietor Abhimanyu Maharana September 18, 2026 ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ by Proprietor Abhimanyu Maharana September 18, 2026 ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ by Proprietor Abhimanyu Maharana September 18, 2026 ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ - ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି by Proprietor Abhimanyu Maharana September 18, 2026