୨୮ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ନୟାଗଡ଼ :- ଜୟଦୁର୍ଗା କ୍ଳବ୍ ର ୨୪ତମ ବାର୍ଷିକ ଉତ୍ସବରେ ରାଜ୍ୟସ୍ତରୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନୟାଗଡ଼ର ବିଜେଡି ମୁଖପାତ୍ର ଇରାନି ରାୟ ଟୁର୍ନାମେଣ୍ଟକୁ ଉଦଘାଟନ କରିଥିଲେ । ଉଦଯାପନୀ ସମୟରେ ଜିଲ୍ଲା ପରିଷଦ ଅଧକ୍ଷ ଦେବାଶିଷ ପଟ୍ଟନାୟକ ଉପସ୍ଥିତ ରହି ବିଜୟୀ ଦଳକୁ ଟ୍ରଫି ପ୍ରଦାନ କରିଥିଲେ । ଏହି ଟୁର୍ନାମେଣ୍ଟ ରେ ରାଜ୍ୟସ୍ତରୀୟ ଓ ଆନ୍ତର୍ଜାତୀୟ ସ୍ତରୀୟ ଖେଳାଳି ମାନେ ମଧ୍ୟ ଯୋଗ ଦେଇଥିଲେ ।
