ସମୃଦ୍ଧ ଓଡ଼ିଶା ଗଠନର ରୂପରେଖ ସଂପର୍କରେ ବିଚାରବିମର୍ଶ
୨୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :- ସମୃଦ୍ଧ ଓଡ଼ିଶା ଗଠନର ରୂପରେଖ ସଂପର୍କରେ ଗଣମାଧ୍ୟମ ସମ୍ପାଦକଙ୍କ ସହିତ ଏକ ଆଲୋଚନା ଚକ୍ର ଆଜି “ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍” ସମ୍ମିଳନୀରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ପରିଚାଳନା କରିଥିଲେ । ଏଥିରେ ବିଭିନ୍ନ ପ୍ରତିଷ୍ଠିତ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦେଇ ସେମାନଙ୍କର ସୁଚିନ୍ତିତ ମତ ରଖିଥିଲେ । ଆଲୋଚନା ଚକ୍ରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଉପସ୍ଥାପନ କରି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ କହିଲେ ଯେ, ଆମେ ଆଜି ଏକ ନୂଆ ଯୁଗରେ ବାସ କରୁଛେ ।
