01 ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି ଜିଲ୍ଲା :-> କଳାହାଣ୍ଡି ଜିଲ୍ଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି । ଧର୍ମଗଡ଼ ଥାନା ପୋଲିସ ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ 8 ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ 3 କୋଟି 51ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ ବ୍ୟବହୃତ ଗାଡି ଏବଂ ମରଣାସ୍ତ୍ର ଆଦି ଜବତ କରିଛି। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଝାଡ଼ଖଣ୍ଡ ରାଜ୍ୟର ବୋଲି ସୂଚନା ମିଳିଛି। ଗିରଫ ଅଭିଯୁକ୍ତ ମାନେ ହେଲେ, ଝାଡଖଣ୍ଡ ରାଜ୍ୟ ରାଞ୍ଚି ଜିଲ୍ଲାର ତାହିର ଅନସାରୀ,ହୁସେନ୍ ଖାନ୍, ଜୈସମ ଖାନ୍, ସାମିମ୍ ଅନସାରୀ,ବାସୁଦେବ ଗୋପେ, ପିଣ୍ଟୁ@ ଆଲିମ୍,ଅନୁଜ କୁମାର।

