ବାଙ୍କୀ କଲେଜରେ ମହାତ୍ମାଗାନ୍ଧିଙ୍କ ତିରୋଧାନ ଦିବସ ପାଳିତ

୩୧ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଙ୍କୀ  :- ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ଆନୁକୁଲ୍ୟରେ ଆଜି ଜାତିର ପିତା ମହାତ୍ମାଗାନ୍ଧିଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । କଲେଜ ପରିସରରେ ଥିବା ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ଅତିଥି ମାନେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ପୁରାତନ ଛାତ୍ର ସଂସଦର ସଂପାଦକ ବୃନ୍ଦାବନ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଅଦୈତ୍ୟ ପ୍ରଧାନ, ଅଧ୍ୟାପକ ପ୍ରଶାନ୍ତ ଭୋଇ, ଅଧ୍ୟାପକ ଆଶିଷ କୁମାର ପାଢ଼ୀ , ଅଧ୍ୟାପକ ନରେଶ କୁମାର ବେହେରା ପ୍ରମୁଖ ଯୋଗଦାନ କରି ମହାତ୍ମାଗାନ୍ଧିଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ ।

Exit mobile version