କଳା, ସାହିତ୍ୟ ଓ ସଂସ୍କୃତି ପରିଷଦ ଛାତ୍ରଛାତ୍ରୀମାନେ ଉପଖଣ୍ଡସ୍ତରୀୟ ସାଂସ୍କୃତିକ କାର୍ଯ୍ୟକ୍ରମରେ ପ୍ରଥମ ସ୍ଥାନ

୩୧ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଙ୍କୀ  :- ବାଙ୍କୀର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ କଳା, ସାହିତ୍ୟ ଓ ସଂସ୍କୃତି ପରିଷଦର ଛାତ୍ରଛାତ୍ରୀମାନେ ଚଳିତ ବର୍ଷ ଉପଖଣ୍ଡସ୍ତରୀୟ ସାଂସ୍କୃତିକ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି । ବାଙ୍କୀ ଉପଜିଲ୍ଲାପାଳ ଦେବୀ ପ୍ରସାଦ ମହାନ୍ତି ଉକ୍ତ ଦଳକୁ ଟ୍ରଫି ଓ ପୁରସ୍କାର ପ୍ରଦାନ କରିଥିଲେ ।

ଏହି ପରିପ୍ରେକ୍ଷୀରେ ଅନୁଷ୍ଠାନର ଉପସଭାପତି ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର, ସଂପାଦକ ବେଣୁଧର କର, ସାଂସ୍କୃତିକ ସଂପାଦକ ବିଜୟ କୁମାର ଦିକ୍ଷୀତ ଓ ନୃତ୍ୟ ଶିକ୍ଷକ ମହେଶ ନାୟକ କଳାକାରମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ।

Exit mobile version