0୨ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ନିପୂଣ ଓଡ଼ିଶା ମେଳା ବାଲିଗୁଡା ଏନ୍.ଏ.ସି(୧) କେନ୍ଦ୍ର ସଂଯୋଜିକା ଶ୍ରୀମତୀ ସୈାଦାମିନୀ ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ବଳରାମ ବେହେରା । ବ୍ଲକ୍ କଲୋନୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୈତାରୀ ପରିଡ଼ା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।

