୦୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଜାତିର ଗର୍ବ ଓ ଗୌରବର ପ୍ରତୀକ । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ସେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ଓଡ଼ିଶାରେ ନୂତନ ରାଜନୈତିକ ଚେତନା ସୃଷ୍ଟି କରି ଓଡ଼ିଶାର ଏବଂ ଓଡ଼ିଆ ଜାତିର ଉନ୍ନତି ଓ ସ୍ୱାର୍ଥରକ୍ଷା ତଥା ସ୍ୱାଭିମାନ ବଜାୟ ରଖିବା ପାଇଁ ମଧୁବାବୁ ସର୍ବସ୍ୱ ତ୍ୟାଗ କରିଥିଲେ । ଛାତ୍ର ଜୀବନଠାରୁ ମୃତୁ୍ୟ ପର୍ଯ୍ୟନ୍ତ ତାଙ୍କର ଜୀବନ ଥିଲା ସଂଘର୍ଷମୟ ।

