Home ଓଡ଼ିଶା କଂଗ୍ରେସ ବିରୁଦ୍ଧରେ ବିଜେପିର ରଣ ହୁଙ୍କାର : ସୋନିଆ ଗାନ୍ଧିଙ୍କ କୁଶ ପୁତ୍ତଳିକା ଦାହ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :- ବଜେଟ୍ ଅଧିବେଶନ ସମୟରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧି ଓ ରାହୁଲ ଗାନ୍ଧୀଙ୍କ ଅପମାନ ଜନକ ମନ୍ତବ୍ୟକୁ ଘୋର ବିରୋଧ କରି ଦେଶବ୍ୟାପୀ ପ୍ରତିବାଦ କରୁଛି ବିଜେପି । ଜିଲ୍ଲା ସଭାପତି ଜଗନ୍ନାଥ ସାହୁଙ୍କ ନେତୃତ୍ବରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ବାଲିଗୁଡ଼ା ଗାନ୍ଧୀ ଛକଠାରେ ବିଜେପି ପକ୍ଷରୁ ପ୍ରତିବାଦ ସଭା କରିବା ସହ ସୋନିଆ ଗାନ୍ଧିଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଚେଷ୍ଟାରେ ଓଡ଼ିଶା ମାଟିର ଜଣେ ଆଦିବାସୀ ମହିଳା ଭାରତର ରାଷ୍ଟ୍ରପତି ହୋଇଛନ୍ତି, ଏଥିପାଇଁ ଓଡ଼ିଶାବାସୀ ଗର୍ବିତ । କିନ୍ତୁ ସଂସଦରେ ୨୦୨୫-୨୬ ପାଇଁ ବଜେଟ୍ ଅଧିବେଶନ ସମୟରେ କଂଗ୍ରେସର ନେତ୍ରୀ ସୋନିଆ ଗାନ୍ଧି ଓ ରାହୁଲ ଗାନ୍ଧୀ ମହାମହିମ ରାଷ୍ଟ୍ରପତିଙ୍କ ପ୍ରତି ଯେଉଁଭଳି ଅପମାନ ଜନକ ମନ୍ତବ୍ୟ ଦେଇଛନ୍ତି ତାହାକୁ ବିଜେପି ଘୋର ନିନ୍ଦା କରୁଛି । ଏହାକୁ କେବେହେଲେ ବରଦାସ୍ତ କରାଯିବ ନାହିଁ । ସୋନିଆ ଓ ରାହୁଲ ମହାମହିମ ରାଷ୍ଟ୍ରପତିଙ୍କୁ କ୍ଷମା ମାଗିବା ସହ ଦେଶବାସୀଙ୍କ ନିକଟରେ କ୍ଷମାପ୍ରାର୍ଥନା କରନ୍ତୁ ବୋଲି କହିଛନ୍ତି କନ୍ଧମାଳ ବିଜେପି ଜିଲ୍ଲା ସଭାପତି ଜଗନ୍ନାଥ ସାହୁ । ଏହି ପ୍ରତିବାଦ ସଭାରେ ନଗର ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ ସଭା ପରିଚାଳନା କରିଥିବା ବେଳେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ୍ମଚରଣ ଦାସଙ୍କ ସମେତ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ଚାରୋଟି ବ୍ଲକ୍ ବାଲିଗୁଡ଼ା, କ.ନୁଆଗାଁ, ତୁମୁଡ଼ିବନ୍ଧ ଓ କୋଟଗଡ଼ ବ୍ଲକର ସମସ୍ତ ନେତୃବୃନ୍ଦଙ୍କ ସହ ଶତାଧିକ ସକ୍ରିୟ କର୍ମୀ ସାମିଲ୍ ହୋଇଥିଲେ । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026 କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026