Home ଓଡ଼ିଶା ବିରିଡି ବ୍ଲକ ରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ପ୍ରଦର୍ଶିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୫ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଜଗତସିଂହପୁର :- ବିରିଡି ବ୍ଲକ ପରିସରରେ ପଂଚାୟତିରାଜ ଓ ପାନୀୟଜଳ ବିଭାଗ ଓଡିଶା ସରକାର ଙ୍କ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l ଏଥିରେ ଓଡିଶା ଭାଜପା ସରକାର ଙ୍କ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ହେଉଥିବା ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଟିଭି ମାଧ୍ୟମରେ ପ୍ରସାରିତ ହେଉଥିଲା l କାର୍ଯ୍ୟକ୍ରମରେ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ସହ ଅନେକ ମନ୍ତ୍ରୀ ବିଧାୟକ ଓ ଅଫିସର ମାନେ ସାମିଲ ହୋଇ ଅଭିଭାଷଣ ରଖିଥିଲେ l କାର୍ଯ୍ୟକ୍ରମକୁ ବ୍ଲକର ସମସ୍ତ ପଞ୍ଚାୟତ ରୁ ସରପଞ୍ଚ, ସମିତି ସଭ୍ୟା ସଭ୍ୟ, ଏମ୍ବିକେ, ସିଆରପି, ଏସ ଏଚ ଜି ମହିଳା ମାନେ ଯୋଗଦେଇ ଦେଖିଥିଲେ l ରାଜ୍ୟରେ 5ହଜାର କୋଟି ଟଙ୍କାର 5ବର୍ଷ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମର ଯୋଜନା ପ୍ରସ୍ତୁତ ହେବବୋଲି କୁହାଯାଇଥିଲା l ବିଶେଷ କରି ମୌଳିକ ଭିତ୍ତି ଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାରେ ସୁଦୃଢ଼ୀକରଣ, ବିଶେଷ ଭାବରେ ଅନୁନ୍ନତ ଜନଜାତି ସମୁଦାୟ ବସବାସ କରୁଥିବା ଅଞ୍ଚଳରେ ଆଭ୍ୟନ୍ତରିଣ ଓ ଆନ୍ତଃ ଗ୍ରାମ୍ୟ ସଡ଼କ ସଂଯୋଗୀ କରଣ, ଖୁଦ୍ର ପର୍ଯ୍ୟଟନୀ ସ୍ଥଳୀର ବିକାଶ ଓ ଉନ୍ନତି କରଣ, ଶିକ୍ଷା ଓ କ୍ରୀଡା ଭିତ୍ତିଭୂମି ସମ୍ପ୍ରସାରଣ ଓ ଆଧୁନିକି କରଣ, ନୂତନ ଅଭିନବ ଜନ ମଙ୍ଗଳକlରି ବହୁମୁଖୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟାନ୍ୱୟନ ହେବାର ଯୋଜନା ରହିଥିବା କୁହାଯାଇଥିଲା l କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ ବିଶ୍ୱଜିତ ବିଶ୍ୱାଳ l କାର୍ଯ୍ୟକ୍ରମ ରେ ବ୍ଲକ ଅଧ୍ୟକ୍ଷା ମମତା ପାତ୍ର, ଏବିଡ଼ିଓ ନିରୋଦ କୁମାର ସାମଲ, ଜିଲ୍ଲା ପରିଷଦ ସଭ୍ୟ ଚନ୍ଦ୍ର ଶେଖର ଦାଶ, ସଭ୍ୟା ଦିପ୍ତିମୟୀ ରାୟ, ଙ୍କ ସହ ବ୍ଲକର ସମସ୍ତ ସରପଞ୍ଚ, ସମିତି ସଭ୍ୟ ସଭ୍ୟା ଯୋଗଦେଇଥିଲେ l Categories: ଓଡ଼ିଶା, ଜଗତସିଂହପୁର, ହୋମ୍ Related Content ସିଂହଦ୍ୱାରରେ ଦେବୀସଭା ବିଦାୟ ନେଲେ ଗୋସାଣୀ by Proprietor Abhimanyu Maharana October 23, 2026 ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ by Proprietor Abhimanyu Maharana October 23, 2026 କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ by Proprietor Abhimanyu Maharana October 23, 2026 ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ , ୭ଟି ସ୍ଥାନରେ ରେଡ୍ : ବିପୁଳ ପରିମାଣର ସମ୍ପତ୍ତି ଠାବ by Proprietor Abhimanyu Maharana October 23, 2026 ସ୍ୱତନ୍ତ୍ର ଅଭିଯାନ ୬.୦ ଅଧୀନରେ ଖୋର୍ଦ୍ଧାରୋଡ୍ ମଣ୍ଡଳ ପକ୍ଷରୁ ‘ରେଳ ଜନ ସମ୍ବାଦ’ ଆୟୋଜିତ by Proprietor Abhimanyu Maharana October 23, 2026 ମୁକୁଳା ଡ୍ରେନ୍ ମରାମତି ସହିତ ସ୍ଲାବକଭର କାର୍ଯ୍ୟରେ ବ୍ୟତିକ୍ରମ କୁ ତଦାରଖ କରିବା ପାଇଁ ଦାବି by Proprietor Abhimanyu Maharana October 22, 2026