Home ଓଡ଼ିଶା ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୫ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼ :- ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ଗେଡିଆପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ପ୍ରଧାନ ଶିକ୍ଷୟତ୍ରୀ ପ୍ରଣତି ମହାପାତ୍ରଙ୍କ ସଭାପତିତ୍ୱରେ ମୁଖ୍ୟତିଥି ଭାବେ ବୋଲଗଡ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ବୋଲଗଡ ବିଇଓ ଗୋକୁଳ ଚନ୍ଦ୍ର ବଳବନ୍ତରାୟ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉପରେ ବକ୍ତବ୍ୟ ଦେଇଥିଲେ। ସେହିପରି ସମ୍ମାନିତ ଅତିଥିଭାବେ ସ୍ଥାନୀୟ ସରପଞ୍ଚ କବିତା ମଞ୍ଜରୀ ତ୍ରିପାଠୀ, ସମିତସଭ୍ୟ ରଞ୍ଜନ କୁମାର ପଣ୍ଡା,ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଦିଲ୍ଲୀପ କୁମାର ପଣ୍ଡା , ବିଦ୍ୟାଳୟ ପ୍ରତିଷ୍ଠାତା ପ୍ରଧାନ ଶିକ୍ଷକ ସୁଦର୍ଶନ ଦାସ , ପ୍ରାକ୍ତନ ପ୍ରଧାନ ଶିକ୍ଷକ ନୀଳମଣି ବରାଳ , ପ୍ରାକ୍ତନ ପ୍ରଧାନ ଶିକ୍ଷକ ପୀତବାସ ପଟ୍ଟନାୟକ , ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ଗଣେଶ୍ୱର ପଣ୍ଡା, ପ୍ରାକ୍ତନ ପ୍ରଧାନ ଶିକ୍ଷକ ହରେକୃଷ୍ଣ ବେହେରା, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଲକ୍ଷ୍ମୀଧର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଆର୍ଶୀବାଦ ଦେବା ସହିତ ଉଜ୍ଜ୍ବଳ ଭବିଷ୍ୟତ ପାଇଁ କାମନା କରିଥିଲେ। ଏହି କାର୍ଯ୍ୟକ୍ରମରେ 200 ଜଣ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଶିକ୍ଷୟତ୍ରୀ ଅନିତା ଦାସ ଅତିଥି ପରିଚୟ କରିଥିବା ବେଳେ ଶିକ୍ଷକ ଉମେଶ ଚନ୍ଦ୍ର ସାହୁ ସଂପାଦକୀୟ ବିବରଣୀ ପାଠ କରିଥିଲେ । ଶିକ୍ଷୟତ୍ରୀ ସସ୍ମିତା ମହାପାତ୍ର ଓ ଶିକ୍ଷକ ଗୌତମ କିଶୋର ବେହେରା ମଞ୍ଚ ପରିଚାଳନା କରିଥିବା ବେଳେ ନୃତ୍ୟ ଶିକ୍ଷୟତ୍ରୀ ସାହୁ ଓ ଶିକ୍ଷକ ସ୍ଥିତପ୍ରଜ୍ଞା ଜୁଝାରସିଂହ ପରିଚାଳନା କରିଥିଲେ । ପରେ ଛାତ୍ରଛାତ୍ରୀମାନକୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ , ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଅଭିଭାବକମାନେ ଉପସ୍ଥିତ ରହିଥିଲେ। ପରିଶେଷରେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷୟତ୍ରୀ ରତ୍ନପ୍ରଭା ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ ଧନ୍ୟବାଦ୍ ଦେଇଥିଲେ। Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ by Proprietor Abhimanyu Maharana October 11, 2026 ପୁରୀ ପୋଲିସ ଓ ଆରଟିଓ ପକ୍ଷରୁ ମିଳିତ ଟ୍ରାଫିକ୍ ସଚେତନତା ଓ ଯାଞ୍ଚ ଅଭିଯାନ by Proprietor Abhimanyu Maharana October 11, 2026 ୱାର୍ଲଡ ପୋଷ୍ଟ ଡେ ରେ ପୁରୀର ପ୍ରିୟଙ୍କା ଷଡଙ୍ଗୀ ସମ୍ମାନିତ by Proprietor Abhimanyu Maharana October 11, 2026 ହବିଷ୍ୟାଳୀ ବ୍ରତ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ by Proprietor Abhimanyu Maharana October 11, 2026 କାଦୁଆ ଆଶ୍ରମ ରେ ଗୋପବନ୍ଧୁ ଜୟନ୍ତୀ ଅନୁଷ୍ଠିତ by Proprietor Abhimanyu Maharana October 11, 2026 ବ୍ୟାସନଗର ପ୍ରେସ ଫୋରମର ଦ୍ୱିବାର୍ଷିକ କର୍ମକର୍ତ୍ତା ଚୟନ by Proprietor Abhimanyu Maharana October 11, 2026