୦୬ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :- ପ୍ରଶାସନିକ ଅବହେଳା କାରଣରୁ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ଆଦିବାସୀ ଅଧୁଷିତ ବନବାସୀ ମାନେ ବେପାରୀଙ୍କ ଦ୍ୱାରା ଶୋଷଣର ଶିକାର ହେଉଛନ୍ତି। ଦୁର୍ଗମ ଅଞ୍ଚଳରୁ ସହରକୁ ବନଜାତ ଦ୍ରବ୍ୟ ବିକ୍ରି କରିବାକୁ ଆସୁଥିବା ବନବାସୀଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା ନ ଥିବାରୁ ସେମାନେ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଆଦିବାସୀ ଅଧ୍ୟୁଷିତ ବାଲିଗୁଡା ବ୍ଲକର ବଣପାହାଡ଼ ଘେରା ତଥା ଦୁର୍ଗମ ଅଞ୍ଚଳରୁ ଅନେକ ବନବାସୀ ସେମାନଙ୍କ ଉତ୍ପାଦିତ ବା ସଂଗୃହିତ ବନଜାତ ଦ୍ରବ୍ୟ ଯଥା ଦାନ୍ତକାଠି, ପତ୍ର, ଫଳମୂଳ, ପନିପରିବା, ଔଷଧୀୟ ଜଡିବୁଟି ଆଦି ଆଣି ବାଲିଗୁଡା ସହରର ବିଭିନ୍ନ ସ୍ଥାନରେ ବସି ବିକ୍ରି କରିଥାନ୍ତି ।

