୦୬ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :- ନୟାଗଡ଼ରେ ହତ୍ୟା, କନ୍ଧମାଳରୁ ଗଳିତ ଶବ ଉଦ୍ଧାର । କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଗାଡ଼ିଆପଡ଼ା ଘାଟିର ପ୍ରଥମ ବୁଲାଣି ନିକଟରୁ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର କରିଛି ପୋଲିସ୍ । ଘଟଣାସ୍ଥଳରେ କନ୍ଧମାଳ ଜିଲ୍ଲାର ଖଜୁରୀପଡ଼ା ପୋଲିସ୍ ଓ ନୟାଗଡ଼ ଜିଲ୍ଲାର ଗଣିଆ ଥାନା ପୋଲିସ୍ ପକ୍ଷରୁ ତଦନ୍ତ ଜାରି ରହିଛି । ମୃତକ ନୟାଗଡ଼ ଜିଲ୍ଲାର ଗଣିଆ ଥାନା ଅନ୍ତର୍ଗତ ଆଡ଼କଟା ପଞ୍ଚାୟତର ଦହପଶି ଗ୍ରାମର ଚରଣ ବେହେରା ହୋଇଥିବା ସୂଚନା ମିଳିଛି । ସୂଚନା ପ୍ରକାରେ ଗତ ଜାନୁଆରୀ ୩୦ ତାରିଖ ଦିନ ଗାଁ ରେ ଅଷ୍ଟ ପ୍ରହରୀ ଚାଲିଥିବା ବେଳେ ଗାଁ ର କିଛି ଲୋକ ଚରଣ ବେହେରାଙ୍କୁ ମଦ ପିଇବାକୁ ଡାକି ନେଇଥିଲେ ।
