୦୭ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- କଣ୍ଟାବାଡ ସ୍ଥିତ ଇଣ୍ଟର ସାଇନ୍ସ ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜ୍ମେଣ୍ଟ ଆଣ୍ଡ ଟେକ୍ନୋଲୋଜି (ଆଇଆଇଏମଟି)ରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଆଣ୍ଡ ଫାଇନାନ୍ସିଆଲ ଇନୋଭେସନ୍ ଉପରେ ଏକ ଆନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ରେଜିଷ୍ଟାର ସୋମା ମିତ୍ର ଅତିଥି ପରିଚୟ ପ୍ରଦାନ କରି ସ୍ୱାଗତ ଭାଷଣ ରଖିଥିଲେ । ମୁଖ୍ୟ ଅତିଥି ଭାବେ ରାଉରକେଲା ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅମୀୟ କୁମାର ରଥ ଯୋଗଦେଇ ନୂତନ ଶିକ୍ଷା ନୀତି-୨୦୨୦ରେ ଶିକ୍ଷାର ବିକାଶଧାରା ଉପରେ ଆଲୋକପାତ କରିଥିଲେ ।
