୦୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ଟାଉନ ସ୍ଥିତ ଦଧିବାମନ ସାହିର ଦହିବରା ବିକାଳୀ ଦାଶରଥି ସାହୁଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ସୂଚନା ଯୋଗ୍ୟ ଯେ, ଦାଶରଥୀ ଫେବୃଆରୀ ୧ ରେ ଦହିବରା ବିକ୍ରି କରିବାକୁ ପୁରୁଣା କଟକ ଯିବେ ବୋଲି ଜଣେ ସାଙ୍ଗକୁ କହି ଯାଇଥିଲେ । ତେବେ ବିଳମ୍ବିତ ରାତି ଯାଏଁ ନ ଫେରିବା ଓ ମୋବାଇଲ ଫୋନ ସୁଇଚ ଅଫ ଥିବା ଫଳରେ ପରିବାର ଲୋକେ ଖୋଜାଖୋଜି କରି ନ ମିଳିବାରୁ ସଦର ଥାନାରେ ନିଖୋଜ ରିପୋର୍ଟ ଦେଇଥିଲେ ।
