୦୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ରାଜ୍ୟର ୬ ଟି ଫାଇଲେରିଆପ୍ରବଣ ଜିଲ୍ଲାରେ ଲିମ୍ଫାଟିକ ଫାଇଲେରିଆସିସ୍ (ଏଲଏଫ) ଦୂରୀକରଣ ନିମନ୍ତେ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ (ଏମଡିଏ) ୨୦୨୫ ଫେବୃଆରୀ ୧୦ ତାରିଖରୁ ଆୟୋଜନ କରାଯିବ । ସେଥିପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗ୍ଲୋବାଲ ହେଲଥ ଷ୍ଟ୍ରାଟେଜିସ ସହିତ ମିଶି ଏକ ରାଜ୍ୟସ୍ତରୀୟ ଗଣମାଧ୍ୟମ ସଚେତନତା କର୍ମଶାଳା ଭୁବନେଶ୍ୱର ଠାରେ ୨୦୨୫ ଫେବୃଆରୀ ୬ ତାରିଖରେ ଆୟୋଜନ କରାଯାଇଥିଲା । ରୋଗର ଭୟାବହତା ଏବଂ ପ୍ରଭାବ ସମ୍ପର୍କରେ ଜନସାଧାରଣ ଯେଭଳି ସଠିକ ସୂଚନା ସୁନିଶ୍ଚିତ ଭାବରେ ପାଇବେ, ସେଥିପାଇଁ ଏହି କର୍ମଶାଳା ଆୟୋଜିତ ହୋଇଥିଲା ।
କର୍ମଶାଳା ଅବସରରେ ଡା. ଜିତେନ୍ଦ୍ର କୁମାର ବେବର୍ତ୍ତା , ସ୍ୱତନ୍ତ୍ର ଶାସନ ସଚିବ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓଡ଼ିଶା ସରକାର କହିଥିଲେ, “ଏମଡିଏ ପର୍ଯ୍ୟାୟରେ ଉପରୋକ୍ତ ଛଅ ଟି ଜିଲ୍ଲାରେ ଯୋଗ୍ୟ ହିତାଧିକାରୀମାନେ ଯେଭଳି ସ୍ୱାସ୍ଥ୍ୟକର୍ମୀଙ୍କ ଉପସ୍ଥିତିରେ ଫାଇଲେରିଆ ନିରୋଧୀ ଔଷଧ ନିଶ୍ଚିତ ଖାଇବେ ସେଥିପାଇଁ ପଦକ୍ଷେପ ନିଆଯିବ । ୨ବର୍ଷରୁ କମ୍ ବୟସର ଶିଶୁ, ଗର୍ଭବତୀ ମହିଳା ଏବଂ ଗୁରୁତର ଭାବରେ ଅସୁସ୍ଥ ଥିବା ଲୋକଙ୍କ ବ୍ୟତୀତ ଅନ୍ୟ ସମସ୍ତେ ଏହି ଔଷଧ ତାଲିମପ୍ରାପ୍ତ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଉପସ୍ଥିତିରେ ନିଶ୍ଚିତ ଭାବରେ ଖାଇବେ ।” ସେ ଆହୁରି ମଧ୍ୟ କହିଥିଲେ ଯେ, “ଏହି କାର୍ଯ୍ୟକ୍ରମ ଅଧୀନରେ ଜନସାଧାରଣଙ୍କ ଅଂଶଗ୍ରହଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ।
