୦୯ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଜ୍ୟୋସ୍ନାମୟୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ବନ ବିଭାଗ ରେଞ୍ଜର ଅତୁଲ୍ୟ କୁମାର ମହାନ୍ତି ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ପଞ୍ଚସଖା ଶିକ୍ଷା ସେତୁର ସଭାପତି ଡା. ବିଚିତ୍ରା ନନ୍ଦ ଆଚାର୍ଯ୍ୟ ,ସମ୍ମାନିତ ଅତିଥି ଭାବେ ଭଗବତୀ ପ୍ରସାଦ ସାବତ,
