Home ଓଡ଼ିଶା ମଛେନ୍ଦ୍ର ସ୍ମାରକୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ହିଞ୍ଜିଳିକାଟୁ ଦଳକୁ ୨୩ ରନରେ ପରାସ୍ତ କରି ଆସିକା ଦଳ ସେମିଫାଇନାଲରେ ପ୍ରବେଶ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୯ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :- ହିଞ୍ଜିଳିକାଟୁ ଇଗଲ କ୍ରିକେଟ କ୍ଳବ ପକ୍ଷରୁ ସ୍ଥାନୀୟ ପୈରାଞ୍ଚଳ ମିନି ଷ୍ଟାଡିୟମରେ ଆୟୋଜିତ ମଛେନ୍ଦ୍ର ସ୍ମାରକୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ୩ୟ କ୍ୱାର୍ଟର ଫାଇନାଲ ମ୍ୟାଚ ରବିବାର ଅନୁଷ୍ଠିତ ହୋଇଯାଇଛି । ରୟାଲ କ୍ରିକେଟ କ୍ଳବ, ହିଞ୍ଜିଳିକାଟୁ ଓ ପାନାସୋନିକ କ୍ରିକେଟ କ୍ଳବ, ଆସିକା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଟସ୍ ଜିତି ଆସିକା ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୪ଟି ଓ୍ବିକେଟ ହରାଇ ୨୨୪ ରନ୍ ସଂଗ୍ରହ କରିଥିଲେ । ଦଳ ପକ୍ଷରୁ ଆଦିତ୍ୟ ରେଡ୍ଡୀ ଧୁଆଁଧାର ୮୫ ରନ୍ ଓ ଦୀପକ ସ୍ବାଇଁ ୪୫ ରନ୍ ସଂଗ୍ରହ କରିଥିଲେ । ଜବାବରେ ବିପକ୍ଷ ହିଞ୍ଜିଳିକାଟୁ ଦଳ ନିର୍ଦ୍ଧାରିତ ଓଭରରେ ୬ଟି ଓ୍ବିକେଟ ହରାଇ ୨୦୧ ରନ୍ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲେ । ଫଳରେ ଆସିକା ଦଳ ୨୩ ରନରେ ବିଜୟ ଲାଭ କରିଥିଲା । ଆସିକା ଦଳର ଆଦିତ୍ୟ ସର୍ବାଧିକ ରନ୍ ସଂଗ୍ରହ କରିଥିବାରୁ ତାଙ୍କୁ ମ୍ୟାଚ୍ ଅଫ୍ ଦି ମ୍ୟାଚ୍ ଭାବେ ପୁରସ୍କୃତ କରାଯାଇଥିଲା । ଅତିଥି ଭାବେ ସମାଜସେବୀ ବୁଢା ବେହେରା ଯୋଗଦେଇ ଶ୍ରେଷ୍ଠ ଖେଳାଳୀଙ୍କୁ ପୁରସ୍କୃତ କରିଥିଲେ ।ଆମ୍ପାୟର ଭାବେ ପ୍ରଶାନ୍ତ ପ୍ରଧାନ ଓ ଜିତୁ ଦାସ ଦାୟିତ୍ଵ ନିର୍ବାହ କରିଥିଲେ । କାହ୍ନା ସାବତ ସ୍କୋରର ଥିବା ବେଳେ ସୁମନ ସାହୁ ଧାରା ବିବରଣୀ ପ୍ରଦାନ କରିଥିଲେ । ଛିନିକି ପାତ୍ର, ଵୁଢା ପାଢି, ଶ୍ରୀତମ ପ୍ରଧାନ, ଉମା ମହାରଣା, ସୁରଜ ସୁବୁଦ୍ଧି, ଚନ୍ଦନ ସାବତ, ସୁନିଲ ପାଠି, ଟିକୁ ମହାରଣାଙ୍କ ସମେତ ଇଗଲ କ୍ରିକେଟ କ୍ଳବର ସଦସ୍ୟ ମାନେ ଖେଳ ପରିଚାଳନାରେ ସହଯୋଗ କରିଥିଲେ । Categories: ଓଡ଼ିଶା, ଗଞ୍ଜାମ, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026