Home ଓଡ଼ିଶା ମଣ୍ଡଳସ୍ତରୀୟ ନିପୂଣ ଓଡ଼ିିଶା ମେଳ ଉଦ୍ଘାଟିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୩ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :- ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ପରିସରରେ ମଣ୍ଡଳସ୍ତରୀୟ ନପୂଣ ଓଡ଼ିଶା ମେଳା ଡମପଡ଼ା ତରଫରୁ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଏକ ସଭା ମଣ୍ଡଳ ଶିକ୍ଷାଧିକାରୀ ସନ୍ତୋଷ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଏନ୍.ଏ.ସି ନଗରପାଳ ଶ୍ରୀମତୀ ମାଣିକ ସାହୁ, ମୁଖ୍ୟବକ୍ତା ଭାବେ କେନ୍ଦ୍ରୀୟ ଜୋନ୍ ଜିଲ୍ଲାପରିଷଦ ସଦସ୍ୟା ମିନତୀ ମହାପାତ୍ର, ସମ୍ମାନୀୟ ଅତିଥି ଭାବେ ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ଜ୍ୟୋତି ଷଡଙ୍ଗୀ, ଉପାଧ୍ୟକ୍ଷ ସନ୍ତୋଷ କୁମାର ରଣା, ଏ.ବି.ଓ ପ୍ରଫୁଲ କୁମାର ବେହେରା, ଜୟନ୍ତୀ ବିଶ୍ୱାଳସ, ପ୍ରଧାନ ଶିକ୍ଷକ କାର୍ତ୍ତିକ ଚନ୍ଦ୍ର ବେହେରା ଯୋଗଦେଇ ପ୍ରଥମ ଠାରୁ ତୃତୀୟ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କର ଭାଷା ଓ ଗାଣିତ୍ୟିକ ଜ୍ଞାନରେ କିପରି ନିପୂଣ ରହିବେ ତାହା ଉପରେ ବକ୍ତବ୍ୟ ରଖିଥିଲେ । ସି.ଆର୍.ସି.ସି ଦିଲ୍ଲୀପ୍ କୁମାର ମହାପାତ୍ର ଅତିଥି ପରିଚୟ , ସ୍ୱାଗତ ଭାଷଣ ଦେବା ସହ ନିପୂଣ ଓଡ଼ିଶା ଶପଥ ପାଠ କରାଇଥିଲେ । ଶେଷରେ ଚର୍ଚ୍ଚିକା କ୍ଲଷ୍ଟଣ ସି.ଆର.ସି.ସି ତପନ କୁମାର ରାମ୍ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଉପଲକ୍ଷେ ମଣ୍ଡଳସ୍ତରୀୟ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହିବା ସହ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାର ଖେଳନା ଓ ଚିତ୍ର ପ୍ରଦର୍ଶନ କରିଥିଲେ । Categories: ଓଡ଼ିଶା, କଟକ, ହୋମ୍ Related Content ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା by Proprietor Abhimanyu Maharana October 3, 2026 ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 3, 2026 ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ by Proprietor Abhimanyu Maharana October 2, 2026 ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ by Proprietor Abhimanyu Maharana October 2, 2026 ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂ ଙ୍କ ଅବସର ଗ୍ରହଣ by Proprietor Abhimanyu Maharana October 2, 2026