୧୩ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :- ସମସ୍ତଙ୍କୁ ଖାଦ୍ୟ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରି ଗରୀବ ଲୋକଙ୍କୁ ମାଗଣା ଚାଉଳ ଯୋଗାଇ ଦେଉଛନ୍ତି। ତେବେ ବହୁ ସଂଖ୍ୟକ ଅଯୋଗ୍ୟ ହିତାଧିକାରୀ ଏହି ଯୋଜନାରେ ସାମିଲ ହୋଇ ଯୋଜନାର ଫାଇଦା ଉଠାଉଛନ୍ତି। ରାଜ୍ୟରେ ସରକାର ବଦଳିବା ପରେ ଏହା ଉପରେ ଗୁରୁତ୍ୱ ଦେଇ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ପାଇଁ ପ୍ରୟାସ ଆରମ୍ଭ ହୋଇଛି। ବିଶେଷ କରି ସରକାରୀ ଚାକିରିଆ ଏବଂ ଆୟକର ଦେଉଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ସେମାନଙ୍କ ରାସନ କାର୍ଡ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ସୂଚନା ଅନୁସାରେ, କନ୍ଧମାଳ ଜିଲ୍ଲାରେ ଏବେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସମୂଦାୟ ୧, ୭୪, ୪୯୩ କାର୍ଡଧାରୀ ସାମିଲ ଅଛନ୍ତି। ମୋଟ୍ ୬, ୩୬, ୨୩୮ ଜଣ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।

