୧୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ୨୦୧୩ ମସିହାରେ ଏକ ଡକାୟତି ଗ୍ୟାଙ୍ଗ ଘର ଭିତରେ ପଶି ସୁନା ,ରୂପା ଅଳଙ୍କାର ସହ ଟଙ୍କା ଲୁଟି ନେଇଥିଲେ । ଦୀର୍ଘ ୧୧ ବର୍ଷ ପରେ ଆଜି ମାନ୍ୟବର ସହକାରୀ ଦୌରା ଜଜ ଙ୍କ ଅଦାଲତ ରାୟ ପ୍ରକାଶ କରି ମୁଖ୍ୟ ଅଭିଯୁକ୍ତ କୁ ୭ ବର୍ଷ କାରାଦଣ୍ଡ ସହ ୧୫ ହଜାର ଟଙ୍କା ଜୋରିମାନା ଅନାଦେୟ ୩ ମାସ ଜେଲ ଦଣ୍ଡ ରାୟ ଶୁଣାଇଛନ୍ତି ।

