ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ୧୫ରୁ ଆରମ୍ଭ : ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟ ରେ

୧୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା’ ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଚଳିତ ମାସ ୧୫ ତାରିଖ ଠାରୁ ୧୯ ତାରିଖ ପର୍ଯ୍ୟନ୍ତ ମହାସମାରୋହରେ ପାଳନ କରାଯିବ । ଏ ନେଇ ସମସ୍ତ କାର୍ଯ୍ୟ ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚି ସାରିଛି l

ଏହି ଅବସରରେ ୧୫ ତାରିଖ ଶନିବାର ଦିନ ଦୀକ୍ଷା ଗ୍ରହଣ, ଅଙ୍କୁରା ରୋପଣ ଓ ସାଲାବାସ , ୧୬ ତାରିଖ ରବିବାର ଦିନ ସକାଳେ କଳସ ଯାତ୍ରା, ଅପରାହ୍ନରେ ବନଯାଗ, ମଣ୍ଡଳ କରଣ ଏବଂ ଅଙ୍କୁରା ରୋପଣ ପୂଜା, ୧୭ ତାରିଖ ସୋମବାର ସକାଳୁ କର୍ମ ଆରମ୍ଭ, ସୂର୍ଯ୍ୟପୂଜା, ଅଗ୍ନି ସ୍ଥାପନ ଏବଂ ଦେବତା ଅଧୂବାସ, ୧୮ ତାରିଖ ମଙ୍ଗଳବାର ସକାଳ ୯ ଘଣ୍ଟରୁ ନାମଯଜ୍ଞ ଆରମ୍ଭ ଓ ସନ୍ଧ୍ୟା ୫.୦୦ ଘଟିକା ଠାରୁ ଦେବତା ମହାସ୍ନାନ,

ମଧ୍ୟ ରାତ୍ରୀରେ ଦେବତା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଆୟୋଜନ ହେବ l ତତ ସଙ୍ଗେ ସଙ୍ଗେ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଛି l ୧୯ ତାରିଖ ବୁଧବାର ଦିନ ସକାଳ ୯ ଘଣ୍ଟ ରୁ କର୍ମାରମ୍ଭ, ଦେବତା ନଗର ଭ୍ରମଣ, ଶୁଭଲଗ୍ନରେ ଦେବତା ସିଂହାସନ ଆରୋହଣ, ଘୃତଯଜ୍ଞ ପୂର୍ଣ୍ଣାହୁତି ଏବଂ ନାମଯଜ୍ଞ ପୂର୍ଣାହୁତି,

ନଗର କିର୍ତ୍ତନ ସହ ଦ୍ୱିତୀୟ ଦିନ ପାଇଁ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଛି l ଏଣୁ ଅଞ୍ଚଳବାସୀ ଉକ୍ତ ଧର୍ମୀୟ କାର୍ଯ୍ୟକ୍ରମରେ ତନ, ମନ, ଧନ ପ୍ରଦାନ ପୂର୍ବକ ଭକ୍ତି କୃପା ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି ।

Exit mobile version