୧୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଚଳିତ ବର୍ଷ ଜୁନ ମାସ 27 ତାରିଖରେ ପୁରୀରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି I ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ବ୍ୟବସ୍ଥିତ ଭାବେ ଆୟୋଜନ କରିବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି I ଆସନ୍ତା ରଥଯାତ୍ରାରେ ସମ୍ଭାବ୍ୟ ଭିଡ଼ ନିୟନ୍ତ୍ରଣ ଏବଂ ଗତ ବର୍ଷ ସମ୍ମୁଖୀନ ହୋଇଥିବା ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ଏବେ ଠାରୁ ବ୍ୟାପକ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ କରିବା ନିମନ୍ତେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ I
