Home ଓଡ଼ିଶା ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ : ଶତାଧିକ ମହିଳାଙ୍କ ଗହଣରେ କଳସ ଯାତ୍ରା ଆୟୋଜିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୬ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା’ ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମିତିର ସମ୍ପାଦକ ଶିବରାମ ପ୍ରଧାନୀ ଙ୍କ ନେତୃତ୍ୱରେ ଶନିବାର ଠାରୁ ଆରମ୍ଭ ହୋଇଛି l ଏହି ଅବସରରେ ରୀତିନୀତି ଅନୁଯାଇ ପୂଜାର୍ଚନା କରି ସ୍ଥାନୀୟ ମା’ପାଟଖଣ୍ଡା ମନ୍ଦିର ଠାରୁ ଏକ ବିରାଟ ପଟୁଆରରେ ବାହାରି ସମଗ୍ର ସହର ପରିକ୍ରମା କରି ଶତାଧିକ ମହିଳା କଳସ ଧରି ନିକଟସ୍ଥ ଖଡ଼ଗ ନଦୀ ରୁ ଜଳ ଆଣି ବିଗ୍ରହ ସ୍ଥଳରେ ପହଞ୍ଚି ଥିଲେ l ପରେ ପରେ ବନଯାଗ, ମଣ୍ଡଳ କରଣ ଏବଂ ଅଙ୍କୁରା ରୋପଣ ପୂଜା ସହ ରୀତିନୀତି ଅନୁଯାଇ ପୂଜାର୍ଚନା ହୋଇଥିଲା l ଏଥିରେ ପୁରୋହିତ ଭାବେ ପିତାମ୍ବର ରଥ, ପୂର୍ଣ୍ଣ ଚନ୍ଦ୍ର ଶତପଥି, ରାମକୃଷ୍ଣ ଆଚାର୍ଯ୍ୟ, ନୀଳାଚଳ ମିଶ୍ର ଓ ସନ୍ତୋଷ ରଥ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟ ସୁଚାରୁ ରୂପେ ତୁଲାଇଥିଲେ l କର୍ତ୍ତା ଭାବେ ଲୋକନାଥ ପାଢ଼ୀ, ମଦନ ମୋହନ ପାଢ଼ୀ ଓ ପ୍ରମୋଦ କୁମାର ସାହୁ (ମୁନା) ନିଜ ନିଜର କାର୍ଯ୍ୟ ସମ୍ପାଦନା କରିଥିଲେ l ୧୭ ତାରିଖ ସୋମବାର ସକାଳୁ କର୍ମ ଆରମ୍ଭ, ସୂର୍ଯ୍ୟପୂଜା, ଅଗ୍ନି ସ୍ଥାପନ ଏବଂ ଦେବତା ଅଧୂବାସ, ୧୮ ତାରିଖ ମଙ୍ଗଳବାର ସକାଳ ୯ ଘଣ୍ଟରୁ ନାମଯଜ୍ଞ ଆରମ୍ଭ ଓ ସନ୍ଧ୍ୟା ୫.୦୦ ଘଟିକା ଠାରୁ ଦେବତା ମହାସ୍ନାନ, ମଧ୍ୟ ରାତ୍ରୀରେ ଦେବତା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଆୟୋଜନ ହେବ l ତତ ସଙ୍ଗେ ସଙ୍ଗେ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଛି l ୧୯ ତାରିଖ ବୁଧବାର ଦିନ ସକାଳ ୯ ଘଣ୍ଟ ରୁ କର୍ମାରମ୍ଭ, ଦେବତା ନଗର ଭ୍ରମଣ, ଶୁଭଲଗ୍ନରେ ଦେବତା ସିଂହାସନ ଆରୋହଣ, ଘୃତଯଜ୍ଞ ପୂର୍ଣ୍ଣାହୁତି ଏବଂ ନାମଯଜ୍ଞ ପୂର୍ଣାହୁତି, ନଗର କିର୍ତ୍ତନ ସହ ଦ୍ୱିତୀୟ ଦିନ ପାଇଁ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଛି l ଏଣୁ ଅଞ୍ଚଳବାସୀ ଉକ୍ତ ଧର୍ମୀୟ କାର୍ଯ୍ୟକ୍ରମରେ ତନ, ମନ, ଧନ ପ୍ରଦାନ ପୂର୍ବକ ଭକ୍ତି କୃପା ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026 କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026