୧୭ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି :- ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ କିରାମା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କିରାମା ଗ୍ରାମ ପଞ୍ଚାୟତ ସମେତ ପାରିମଳ, ଅନୁଗୁର ଓ ସମ୍ବଲପୁର ପଞ୍ଚାୟତର ସମୁଦାୟ ମୋଟ- ୫୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।

