୧୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :- ବାଙ୍କୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟର +୨ ବିଜ୍ଞାନ ପରୀକ୍ଷା କଡା ସୁରକ୍ଷା ବଳୟ ମଧ୍ୟରେ ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ + ୨ ବିଜ୍ଞାନରେ ୯୯ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । କଲେଜ ପକ୍ଷରୁ ଅଧ୍ୟକ୍ଷ ଡକ୍ଟର ନିରଞ୍ଜନ ମହାନ୍ତି,
ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରାଧ୍ୟାପକ ସମୀର କୁମାର ମହାପାତ୍ର, ପ୍ରାଧ୍ୟାପକ ପ୍ରମୋଦ କୁମାର ପଣ୍ଡା, ପ୍ରଶାସନିକ ଅଧିକାରୀ ଡକ୍ଟର ଶୈଳେନ୍ଦ୍ର ଚନ୍ଦ୍ର ଦେଓ ଓ ସହକାରୀ ସତିଶ୍ କୁମାର ମହପାତ୍ର ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଯାଞ୍ଚ କରିବା ସହିତ ପରୀକ୍ଷା ହଲ୍କୁ ନେଇଥିଲେ ।
