ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ : ହଜାର ହଜାର ଭକ୍ତଙ୍କ ସମାଗମ

୧୯ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା  :-  କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା’ ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମିତିର ସମ୍ପାଦକ ଶିବରାମ ପ୍ରଧାନୀ ଙ୍କ ନେତୃତ୍ୱରେ ଶନିବାର ଠାରୁ ଆରମ୍ଭ ହୋଇ ବୁଧବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି l ଏହି ଅବସରରେ ରୀତିନୀତି ଅନୁଯାଇ ଦେବତା ମହାସ୍ନାନ,

ମଧ୍ୟ ରାତ୍ରୀରେ ଦେବତା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ସହ ବିଭିନ୍ନ କର୍ମାରମ୍ଭ, ଦେବତା ନଗର ଭ୍ରମଣ, ଶୁଭଲଗ୍ନରେ ଦେବତା ସିଂହାସନ ଆରୋହଣ, ରତ୍ନମୁଦ ଉତ୍ସବ, ଘୃତଯଜ୍ଞ ପୂର୍ଣ୍ଣାହୁତି ଏବଂ ନାମଯଜ୍ଞ ପୂର୍ଣାହୁତି ସହ ସମଗ୍ର ନଗର କିର୍ତ୍ତନ ପରିକ୍ରମା କରାଯାଇଥିଲା l ଏଥିରେ ପୁରୋହିତ ଭାବେ ପିତାମ୍ବର ରଥ, ପୂର୍ଣ୍ଣ ଚନ୍ଦ୍ର ଶତପଥି, ରାମକୃଷ୍ଣ ଆଚାର୍ଯ୍ୟ,

ନୀଳାଚଳ ମିଶ୍ର ଓ ସନ୍ତୋଷ ରଥ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟ ସୁଚାରୁ ରୂପେ ତୁଲାଇଥିବା ବେଳେ କର୍ତ୍ତା ଭାବେ ଲୋକନାଥ ପାଢ଼ୀ, ମଦନ ମୋହନ ପାଢ଼ୀ ଓ ପ୍ରମୋଦ କୁମାର ସାହୁ (ମୁନା) ନିଜ ନିଜର କାର୍ଯ୍ୟ ସମ୍ପାଦନା କରିଥିଲେ l ଏହି ଅବସରରେ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଥିଲା l

Exit mobile version