Home ଅପରାଧ ଦଶ ହଜାର କେଜିରୁ ଉର୍ଦ୍ଧ ଗଞ୍ଜେଇ ଜବତ : ଜଣେ ଗିରଫ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୧ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ଵର :- ଆଜି କନ୍ଧମାଳ ଜିଲ୍ଲା ପୋଲିସ ପାଞ୍ଚଟି ଥାନା ଅଞ୍ଚଳରେ ଏକ କାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି।ପ୍ରାୟ ୧୦ ହଜାର ୮୫୨ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ।ପ୍ରଥମ ଥର ପାଇଁ ପୋଲିସ ଏକ କାଳୀନ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବାରେ ସଫଳତା ହାସଲ କରିଛି। ଉଲ୍ଲେଖଯୋଗ୍ୟ ଯେ,କନ୍ଧମାଳ ଜିଲ୍ଲାରୁ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁଯାୟୀ, କନ୍ଧମାଳ ଏସପି ବି. ସି.ହରିଶ ଏକ ସ୍ୱତନ୍ତ୍ର ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ଦାରୁଗୋଣ୍ଡା ଘାଟି ନିକଟ ଜଙ୍ଗଲରୁ ୬୫୨୦ କେଜି, ଫିରିଙ୍ଗିଆ ଥାନା ଅଧୀନରେ ଥିବା କାସିନପଦର ଗ୍ରାମ ପଞ୍ଚାୟତର ମାଜିପଡ଼ା ଜଙ୍ଗଲରୁ ୧୫୨୦ କେଜି, ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସୁଦ୍ରୁଜୁ ଗ୍ରାମ ପଂଚାୟତ ମିନିଆକଟି ଜଙ୍ଗଲରୁ ୨୦୫୨ କେଜି, ବାଲିଗୁଡ଼ା ଥାନା ଅଧୀନ ଜାକ୍ରିପଦା ଜଙ୍ଗଲରୁ ୬୫୦ କେଜି,ଟିକାବାଲି ଥାନା ଅନ୍ତର୍ଗତ ସୁନାପଙ୍ଗା ଗ୍ରାମ ନିକଟରୁ ୧୧୦ କେଜି ଜବତ କରାଯାଇଛି । ସମୁଦାୟ ୧୦,୮୫୨ କେଜି ଜବତ କରା ଯାଇଥିବା ବେଳେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରା ଯାଇଛି । ଉପରୋକ୍ତ ସମସ୍ତ ମାମଲାର ତଦନ୍ତ ଜାରି ରହିଛି ଏବଂ ଚୋରା ଚାଲାଣରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢଉ ଜାରି ରଖିଛି । ସୂଚନା ଯୋଗ୍ୟ ନିଶା ବେପାରୀ ମାନେ ଜଙ୍ଗଲ ମଧ୍ୟରେ ଥିବା ବିଭିନ୍ନ ପରିତ୍ୟକ୍ତ ସ୍ଥାନରେ ଗାତ ଖୋଳି ଏହି ଗଞ୍ଜେଇ ରଖି ଚୋରା ଚାଲାଣ କରୁଛନ୍ତି।ଏ ସମ୍ପର୍କରେ ସୂଚନା ପାଇ ପୋଲିସ ଚଢ଼ାଉ କରିଥିଲା।ଉଲ୍ଲେଖଯୋଗ୍ୟ ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୋଲିସ ସ୍ୱତନ୍ତ୍ର ଅଭିଯାନ ଜାରି ରଖିଥିବା ବେଳେ ଏହାକୁ ମୂଳପୋଛ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରାଯାଉଛି। ଏହି ସ୍ଵତନ୍ତ୍ର ଅଭିଯାନ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ଏହି ସମୟ ସୀମା ମଧ୍ୟରେ ଗଞ୍ଜେଇ ଚାଷର ସଂପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ କାର୍ଯ୍ୟ କରିବାକୁ ଡିଜିପି ବରିଷ୍ଠ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। Categories: ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍ Related Content ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026 ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ by Proprietor Abhimanyu Maharana September 14, 2026 ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ by Proprietor Abhimanyu Maharana September 14, 2026