Home ଅପରାଧ କନ୍ଧମାଳ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ଏକକାଳୀନ ଚଢ଼ାଉ; ବିପୁଳ ପରିମାଣର ଗଞ୍ଜେଇ ଜବତ : ଜଣେ ଗିରଫ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୨ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) କନ୍ଧମାଳ :- କନ୍ଧମାଳ ଜିଲା ପୁଲିସ ୫ଟି ଥାନା ଅଞ୍ଚଳରେ ଏକକାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି । ପ୍ରାୟ ୧୦ ହଜାର ୮୫୨ କେଜିରୁ ଊର୍ଦ୍ଧ୍ବ ଗଞ୍ଜେଇ ଜବତ କରିବାସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ।ଉଲ୍ଲେଖଯୋଗ୍ୟ ଯେ, କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ । ସେହି ଅନୁଯାୟୀ, କନ୍ଧମାଳ ଏସପି ବି. ସି. ହରିଶ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ । ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ଦାରୁଗୋଣ୍ଡା ଘାଟି ନିକଟ ଜଙ୍ଗଲରୁ ୬୫୨୦ କେଜି, ଫିରିଙ୍ଗିଆ ଥାନା ଅଧୀନରେ ଥିବା କାସିନପଦର ଗ୍ରାମପଞ୍ଚାୟତର ମାଜିପଡ଼ା ଜଙ୍ଗଲରୁ ୧୫୨୦ କେଜି, ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସୁଦ୍ରୁଜୁ ଗ୍ରାମପଞ୍ଚାୟତ ମିନିଆକଟି ଜଙ୍ଗଲରୁ ୨୦୫୨ କେଜି, ବାଲିଗୁଡ଼ା ଥାନା ଅଧୀନ ଜାକ୍ରିପଦା ଜଙ୍ଗଲରୁ ୬୫୦ କେଜି, ଟିକାବାଲି ଥାନା ଅନ୍ତର୍ଗତ ସୁନାପଙ୍ଗା ଗ୍ରାମ ନିକଟରୁ ୧୧୦ କେଜି ଜବତ କରାଯାଇଛି। ସମୁଦାୟ ୧୦, ୮୫୨ କେଜି ଗଞ୍ଜେଇ ଜବତ କରାଯାଇଥିବାବେଳେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। ଉପରୋକ୍ତ ସମସ୍ତ ମାମଲାର ତଦନ୍ତ ଜାରି ରହିଛି ଏବଂ ଚୋରା ଚାଲାଣରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ନିଶା ବେପାରୀମାନେ ଜଙ୍ଗଲ ମଧ୍ୟରେ ଥିବା ବିଭିନ୍ନ ପରିତ୍ୟକ୍ତ ସ୍ଥାନରେ ଗାତ ଖୋଳି ଏହି ଗଞ୍ଜେଇ ରଖି ଚୋରା ଚାଲାଣ କରୁଛନ୍ତି। ଏ ସମ୍ପର୍କରେ ସୂଚନା ପାଇ ପୁଲିସ ଚଢ଼ାଉ କରିଥିଲା। ସୂଚନାଯୋଗ୍ୟ ଯେ, ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୁଲିସ ସ୍ୱତନ୍ତ୍ର ଅଭିଯାନ ଜାରି ରଖିଥିବାବେଳେ ଏହାକୁ ମୂଳପୋଛ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଏହି ସ୍ବତନ୍ତ୍ର ଅଭିଯାନ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ଏହି ସମୟସୀମା ମଧ୍ୟରେ ଗଞ୍ଜେଇ ଚାଷର ସଂପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ କାର୍ଯ୍ୟ କରିବାକୁ ଡିଜିପି ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। Categories: ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍ Related Content ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026 ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ by Proprietor Abhimanyu Maharana September 14, 2026 ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ by Proprietor Abhimanyu Maharana September 14, 2026