Home ଓଡ଼ିଶା ବାଲିଗୁଡାରେ ୩୬ ତମ ତେର ଶମ୍ଭୁ ମିଳନ ନିମନ୍ତେ ପ୍ରସ୍ତୁତି ବୈଠକ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୨୨ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ସ୍ଥାନୀୟ ଗୁଇବନ୍ଧ ର ଶାଳବଣ ପରିସରରେ ଶୁକ୍ରବାର ୩୬ ତମ ତେର ଶମ୍ଭୁ ମିଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଭାପତି କିଶୋର କୁମାର ପାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ସମିତିର ଦିବଂଗତ ସଦସ୍ୟ ରାମଚନ୍ଦ୍ର ପ୍ରଧାନ (ମଙ୍ଗୁଳୁ ଭାଇ)ଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା l ପରେ ପରେ ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ କୋଷାଧ୍ୟକ୍ଷ ବଂଶୀଧର ପଣ୍ଡା ୨୦୨୪ ମସିହା ର ଆୟ ବ୍ୟୟ ଉପସ୍ଥାପନ କରିଥିଲେ l ସମିତିର ବରିଷ୍ଠ ସଦସ୍ୟ ରାଜ କିଶୋର ଦାଶଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ସମସ୍ତ କର୍ମକର୍ତ୍ତା ଓ ସଦସ୍ୟଙ୍କ ଉପସ୍ଥିତରେ ଚଳିତ ବର୍ଷର ୩୬ ତମ ତେର ଶମ୍ଭୁ ମିଳନ ଉତ୍ସବ ଏପ୍ରିଲ ମାସ ୬ ତାରିଖ ରବିବାର ଦିନ ଆୟୋଜିତ କରିବା ପାଇଁ ଘୋଷଣା କରାଯାଇଥିଲା l ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ସମସ୍ତ ସଦସ୍ୟ ନିଜ ନିଜର ବିଭିନ୍ନ କାର୍ଯ୍ୟ ସମ୍ପାଦନା କରିବା ପାଇଁ ନାମ ଘୋଷଣା କରାଯାଇଥିଲା l ସମସ୍ତ ସଦସ୍ୟ ଏହି ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ନିଜ ନିଜର ଦାୟିତ୍ୱ ବହନ କରିବା ପାଇଁ ମା ‘ଦକ୍ଷିଣକାଳୀଙ୍କ ନାମରେ ଶପଥ ନେଇଥିଲେ l ଏହି ଅବସରରେ ଡ଼ଃ. ବିଚିତ୍ରା ନନ୍ଦ ଆଚାର୍ଯ୍ୟ ଏବଂ ହିମାଂଶୁ ଶେଖର ଦାଶଙ୍କୁ ସମିତିର ବିଭିନ୍ନ ମନୋରଞ୍ଜନ କାର୍ଯ୍ୟକ୍ରମ ର ସୁପରିଚାଳନା ନିମନ୍ତେ ଦାୟିତ୍ୱ ଅର୍ପଣ କରାଯାଇଛି l ଶେଷରେ ରାଜ କିଶୋର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026 କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026