୩ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଆର,ଉଦୟଗିରି :- ଗଜପତି ଜିଲା ଅଡବା ଥାନା କଟାମା ଗ୍ରାମରେ ସୋମବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପୂର୍ବତନ ୱାର୍ଡମେମ୍ବରଙ୍କୁ ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରି ରାସ୍ତା କଡ଼ରେ ଫିଙ୍ଗି ଦେଇଛନ୍ତି ଦୃର୍ବୁତ୍ତ। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ଅଡବା ଥାନା ତୁଆବାଡ଼ି ଗ୍ରାମର ତିରିସା ମୁଠାମାଝୀ(୪୫) l ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ତନାଘନା ଚଳାଇଛି।
