Home ଓଡ଼ିଶା ବିଜୁବାବୁଙ୍କ ୧୦୯ ତମ ଜନ୍ମ ଜୟନ୍ତି ପାଳିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୫ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ହିଞ୍ଜିଳିକାଟୁ :- କଳିଙ୍ଗର ବରପୁତ୍ର, ପ୍ରବାଦ ପୁରୁଷ, ବିଶିଷ୍ଟ ଜନନାୟକ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିବସ ଅବସରରେ ବୁଧବାର ହିଞ୍ଜିଳି ବିଜେଡି ପକ୍ଷରୁ ବିଜୁବାବୁଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ପାଳନ କରାଯାଇଛି । ବିଧାୟକଙ୍କ ପୈାରପରିଷଦ ପ୍ରତିନିଧି ପ୍ୟାରୀମୋହନ ପାଢିଙ୍କ ତତ୍ତ୍ୱାବଧାନରେ ଦଳୀୟ କର୍ମୀ ମାନେ ମିନି ଷ୍ଟାଡିୟମ ପରିସରରେ ଏକତ୍ରିତ ହୋଇଥିଲେ । ନଗର ବିଜେଡି ସଭାପତି ହୃଦୟାନନ୍ଦ ମହାପାତ୍ରଙ୍କ ନେତୃତ୍ୱରେ ସହସ୍ରାଧିକ ଦଳୀୟ କର୍ମୀ ଏକ ବିରାଟ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିଥିଲେ । ମୁଖ୍ୟ ସଡକ, କଲ୍ୟାଣମଣ୍ଡପ ଓ ଶିଶୁ ଉଦ୍ୟାନ ନକିଟରେ ସ୍ଥାପିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସେଠାରେ ଏକ ପଥପ୍ରାନ୍ତ ସଭାର ଆୟୋଜନ କରାଯାଇଥିଲା। ବିଧାୟକଙ୍କ ଜିଲ୍ଲା ପରିଷଦ ପ୍ରତିନିଧି ଦେବାନନ୍ଦ ମହାପାତ୍ରଙ୍କ ସଂଯୋଜନାରେ ଆୟୋଜିତ ବୈଠକରେ ଉପସ୍ଥିତ ଦଳୀୟ କର୍ମୀ ମାନେ ବିଜୁବାବୁଙ୍କ ଚିନ୍ତାଧାରା ଓ ଆଦର୍ଶ, ନିଶା ନିବାରଣ, ଦଳର ସମ୍ଭିଧାନ, ନିୟମ ଏବଂ ଅନୁଶାସନ ପାଳନ କରିବା ସହ ଓଡିଶାର ସ୍ୱାର୍ଥ ଓ ସ୍ୱାଭିମାନର ସୁରକ୍ଷା ସହିତ ଓଡିଶାର ନ୍ୟାର୍ଯ୍ୟ ଦାବି ହାସଲ ସକାଶେ ନିରବିଛିନ ଓ ନିର୍ଭୀକତାର ଲଢେଇ କରିବା ପାଇଁ ଶପଥ ପାଠ କରିଥିଲେ । ଓଡିଶା ପ୍ରତି ବିଜୁବାବୁଙ୍କ ଅବଦାନ ଅତୁଳନୀୟ ଏବଂ ବିଜେଡି ସରକାରଙ୍କ ଶାସନାଧୀନ ସମୟରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସର୍ମ୍ପକରେ ଅତିଥି ବୃନ୍ଦ ମତବ୍ୟକ୍ତ କରିଥିଲେ । ବିଜେଡି ସୁପ୍ରିମୋ ତଥା ବିରୋଧିଦଳ ନେତା ନବୀନ ପଟ୍ଟନାୟକଙ୍କ ଭାବମୂର୍ତ୍ତି, ଅଞ୍ଚଳର ବିକାଶ ପାଇଁ ପ୍ରତିବଦ୍ଧତା ଓ ବିଭିନ୍ନ ଜନକଲ୍ୟାଣ ଯୋଜନା ଗୁଡିକୁ ଉପସ୍ଥାପିତ କରିଥିଲେ । ପୈାରାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲେଇ, ବ୍ଳକ ଅଧ୍ୟକ୍ଷା ସରସ୍ବତୀ ସେଠି, ହିଞ୍ଜିଳିକାଟୁ ବ୍ଲକ୍ ବିଜେଡି ସଭାପତି ଦୁର୍ଗାମାଧବ ମହାନ୍ତି, ବିଧାୟକଙ୍କ ବ୍ଳକ ପ୍ରତିନିଧି ଏ. ସୁଦର୍ଶନ, ଉପଦେଷ୍ଟା ସୁରେନ୍ଦ୍ର ପ୍ରଧାନ, ପ୍ରାକ୍ତନ ବ୍ଳକ ଅଧ୍ୟକ୍ଷ ଏନ. ରଘୁନାଥ, ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ଜିଲ୍ଲା ପରିଷଦ ସଭ୍ୟା ବି. ଗୀତାଞ୍ଜଳି, ପ୍ରଦୀପ କୁମାର ପଣ୍ଡା, ଛାତ୍ର ବିଜେଡି ସଭାପତି ଅନିଳ ସ୍ବାଇଁ, ନୀଳମଣି ପଟ୍ଟନାୟକ, କୃଷ୍ଣ ଭଉଳ, ରାମହରି ଶର୍ମା, ବି. ଶଙ୍କର, ରଞ୍ଜନ ପ୍ରଧାନ, ସଞ୍ଜୟ ସ୍ବାଇଁ, ଯୁଧିଷ୍ଠିର ସ୍ବାଇଁ, ବିଭୁ ପ୍ରସାଦ ପଣ୍ଡା, ବସନ୍ତ ବେହେରା, ବହୁ ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଭ୍ୟଙ୍କ ସମେତ ଯୁବ, ଛାତ୍ର, ମହିଳା ବିଜେଡି କର୍ମୀ ଓ ସହସ୍ରାଧିକ ବିଜୁ ପ୍ରେମୀ ଅଂଶ ଗ୍ରହଣ କରିଥିଲେ । ଅନ୍ୟ ପକ୍ଷରେ ପୂର୍ବତନ ଉପାଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ପୂର୍ବତନ ନଗରପାଳ ଶିବରାମ ଗୌଡ଼, ଶରତ ଚନ୍ଦ୍ର ସାବତ, ଅଜୟ କୁମାର ମହାରଣା, କିରଣ ପଟ୍ଟନାୟକ ଓ ନଗର ବିଜେଡ଼ିର ପୂର୍ବତନ ସଭାପତି ସଞ୍ଜୟ କୁମାର ପଣ୍ଡା ପ୍ରମୁଖ ବରିଷ୍ଠ ବିଜେଡି ନେତା ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିକୃତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରି ଜନ୍ମଦିବସ ପାଳନ କରିଥିଲେ। Categories: ଓଡ଼ିଶା, ଗଞ୍ଜାମ, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026