• ସଡ଼କ ସୁରକ୍ଷା ଉପରେ ସଚେତନତା ସୃଷ୍ଟିକୁ ଗୁରୁତ୍ୱ
• ନିୟମ ଭଙ୍ଗକାରୀଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ
• ନିୟମିତ ଚେକିଂ ସହ ହେବ ଜୋରିମାନା ଆଦାୟ
• ରବିବାର ଓ ବୁଧବାର ହେବ ଶୂନ୍ୟ ସହନଶୀଳତା ଦିବସ
୬ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :- ସାରା ଦେଶରେ ଏବେ ରାସ୍ତା ଦୁର୍ଘଟଣା ବଢ଼ିବା ସହ ଏଥି ଜନିତ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି । ଦ୍ରୁତ ଗତିରେ ଗାଡି ଚାଳନା, ମଦ୍ୟପାନ, ବିନା ହେଲମେଟ ରେ ଗାଡି ଚଳାଇବା ଏବଂ ସଚେତନତା ଅଭାବ ଯୋଗୁଁ ବାରମ୍ବାର ଦୁର୍ଘଟଣା ହେବା ସହ ଧନଜୀବନ ହାନି ଘଟୁଛି । ତେଣୁ ରାସ୍ତା ଦୁର୍ଘଟଣାର ସବୁ କାରଣକୁ ଖୋଜିବା ସହ ଏହାର ନିରାକରଣ ଏବଂ ସଚେତନତା ସୃଷ୍ଟି କରି ଦୁର୍ଘଟଣା ହାରକୁ କମ କରିବାକୁ ପଡିବ ବୋଲି ଇସ୍ପାତ ଓ ଖଣି ଏବଂ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୁତିଭୁଷଣ ଜେନା ମତବ୍ୟକ୍ତ କରିଛନ୍ତି ।
