Home ଓଡ଼ିଶା ପଞ୍ଚାୟତ ରାଜ ଦିବସ ପାଳନ ବାତିଲ : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବିଜେଡିର ଜୋରଦାର ପ୍ରତିବାଦ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ଭୁଆଁ ବୁଲାଇବାକୁ ଚେଷ୍ଟା କରୁଛନ୍ତି ସରକାର ଦୁର୍ଗା ମଣ୍ଡପରେ ବିକ୍ଷୋଭ ସଭା ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ ୬ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ନୟାଗଡ଼ :- ବିଜୁ ବାବୁଙ୍କ ଜୟନ୍ତୀରେ ପଞ୍ଚାୟତ ରାଜ ଦିବସ ବାତିଲ ପ୍ରସଙ୍ଗରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭା ପଠାଣି ସାମନ୍ତ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ବିଜୁ ବାବୁଙ୍କୁ ଅସମ୍ମାନକୁ ଓଡ଼ିଶା ବାସୀ ଗାଁ ଗାଁରେ ବିରୋଧ କରିବେ ବୋଲି ଉପସ୍ଥିତ ନେତାମାନେ କହିଥିଲେ। ପ୍ରବାଦ ପୁରୁଷ ବିଜୁ ବାବୁ ବିଶ୍ୱରେ ପରିଚିତ ଥିଲେ। ବିଜୁ ବାବୁ ମହିଳାଙ୍କୁ ଅଗ୍ରାଧିକାର ଦେଇଥିଲେ। ସାଢ଼େ ଚାରି କୋଟି ଓଡ଼ିଆ ବିଜୁ ବାବୁଙ୍କୁ ସମ୍ମାନ ଦେଉଥିବା ବେଳେ ବିଜେପି ସରକାର ବହୁତ୍ ବଡ଼ ଛଳନା କରିଛି ବୋଲି ମତ ପ୍ରକାଶ ହୋଇଥିଲା। ବିଜେପି ସରକାର ଭୟଭୀତ ହୋଇ ଏଭଳି ନିଷ୍ପତି ନେଇଛି ବୋଲି ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ କହିଥିଲେ। ନବୀନ ବାବୁଙ୍କ ଲୋକପ୍ରିୟତା ଓ ବିଜୁ ଜନତା ଦଳ ଲୋକ ପ୍ରିୟତା ଦେଖି ବିଜେପି ଭୟ କରୁଛି ବୋଲି କହିଥିଲେ। ଯେଉଁ ସରକାର ମହିଳାଙ୍କୁ ସୁରକ୍ଷା ଦେବାରେ ଅସମର୍ଥ ଓ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ସୁଧାରିବାରେ ଅସମର୍ଥ ତାଙ୍କୁ ବିଶ୍ୱାସକୁ ନେଇ ହେବ ନାହିଁ। ପଞ୍ଚାୟତ ରାଜ ବ୍ୟବସ୍ଥା ଲାଗୁ ଓ ବିଜୁ ବାବୁଙ୍କ ଅବଦାନ ସମ୍ପର୍କରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ କହିଥିଲେ। ମେଣ୍ଟ ସରକାର ବେଳେ ବିଜେପି ନେତାମାନେ ବିଜୁ ଜୟନ୍ତୀରେ ପଞ୍ଚାୟତ ରାଜ ଦିବସ ପାଳନ କରିଥିଲେ। ନିର୍ଲଜ୍ଜ ସରକାରର ଏଭଳି ଭୁଲ ନିଷ୍ପତି ବିରୁଦ୍ଧରେ ବିଜୁ ପ୍ରେମୀ ଜୋରଦାର ବିରୋଧ କରାଯିବ ବୋଲି କହିଥିଲେ। ନୟାଗଡ଼ ବିଧାୟକ ତାଙ୍କ ବକ୍ତବ୍ୟରେ, ବିଜେପି ସରକାରକୁ ଆସିବା ପରେ ପ୍ରଥମେ କ୍ରୀଡା ପୁରସ୍କାର ବନ୍ଦ କରିବାକୁ ଘୋଷଣା କରିବା ପରେ ଜୋରଦାର ବିରୋଧ ପରେ ତାହାକୁ ଚାଲୁ ରଖିବାକୁ ସରକାର ଘୋଷଣା କରିଥିବା କହିଥିଲେ। ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥା ବିଜୁ ବାବୁ କାର୍ଯ୍ୟକାରୀ କରିବା ପରେ ପଞ୍ଚାୟତରାଜ ମନ୍ତ୍ରୀ ଦାମ ରାଉତ ବିଜୁ ବାବୁଙ୍କ ଜୟନ୍ତୀକୁ ପଞ୍ଚାୟତରାଜ ଦିବସ ପାଳନ କରିବାକୁ ନିଷ୍ପତ୍ତି ହୋଇଥିଲା। ଓଡ଼ିଶା ବାସୀଙ୍କୁ ଭୁଆଁ ବୁଲାଇବାକୁ ଚେଷ୍ଟା କରୁଛନ୍ତି ବୋଲି ବିଧାୟକ ଡ. ସାହୁ କହିଥିଲେ। ୨୦୧୦ ମସିହାରେ ମନମୋହନ ସିଂ ପ୍ରଧାନମନ୍ତ୍ରୀ ଥିବା ସମୟରେ ମାର୍ଚ୍ଚ ୨୪କୁ ପଞ୍ଚାୟତ ରାଜ ଦିବସ ଘୋଷଣା କରିଥିଲେ। ଏହାର ୧୬ ବର୍ଷ ପୂର୍ବରୁ ଓଡ଼ିଶାରେ ପଞ୍ଚାୟତ ରାଜ ଦିବସ ପାଳନ କରାଯାଉଛି।ସରକାର ପଞ୍ଚାୟତ ରାଜ ଦିବସ ପାଳନ ବାତିଲ କରିବାକୁ ଜୋରଦାର ବିରୋଧ ହେବ ବୋଲି ବିଧାୟକ ଡ. ସାହୁ କହିଥିଲେ।ଆଜିର ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ଜିଲ୍ଲା ପରିଷଦ ସଦସ୍ୟ କ୍ଷୀରୋଦ ମହାପାତ୍ର, ସରୋଜ ରଣସିଂ, ସୁବାଷ ଚନ୍ଦ୍ର କଅଁର, ବିରଜାଲକ୍ଷ୍ମୀ ସାହୁ, ଝିଲ୍ଲୀ ପ୍ରଧାନ, ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡା, ବ୍ଲକ ସଭାପତି ଅଜିତ ପ୍ରସାଦ ସାହୁ, ଯୁବ ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ସଭାପତି ନୀଳମାଧବ ପଣ୍ଡାଙ୍କ ସମେତ ସମସ୍ତ ପଞ୍ଚାୟତର ସମିତି ସଭ୍ୟ, ସରପଞ୍ଚ ଏବଂ ବରିଷ୍ଠ ବିଜେଡି କର୍ମୀ ମାନେ ଉପସ୍ଥିତ ରହିଥିଲେ । ପ୍ରତିବାଦ ସଭା ପରେ ସମସ୍ତ ନେତା ଓ କର୍ମୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ରାଜ୍ୟ ସ୍ତରୀୟ ‘ଆଙ୍ଗନ୍ କା ଉତ୍ସବ’ ଓ ୯ମ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଉତ୍ସବରେ ଯୋଗଦେଲେ - ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana September 30, 2026 ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା by Proprietor Abhimanyu Maharana September 29, 2026 ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026