୦୭ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ପଞ୍ଚାୟତର କଟ୍ରିକିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଦିନିଆ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଆଞ୍ଚଳିକ ସାଧନ ସଂଯୋଜକ ସାବତ ପ୍ରଧାନଙ୍କ ତତ୍ୱାବଧାନରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରୁତୁଙ୍ଗିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପିଙ୍କି ପ୍ରଧାନ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l

