୦୭ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡ଼ା :- ଓ୍ବାର୍ଲ୍ଡ ବୁକ୍ ଅଫ୍ ରେକର୍ଡ ରେ ଚାରି ବର୍ଷର ଶିଶୁ ଆଦଭିକ୍ ପାଢ଼ୀ । ଫଟାଫଟ୍ ସବୁ ପ୍ରଶ୍ନର ଉତ୍ତର ଦେଉଛନ୍ତି ଏହି କୁନି ବିସ୍ମୟ ବାଳକ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ଭଗାମୁଣ୍ଡା ସାହିର ଅମୁଲ୍ୟ ପାଢ଼ୀ ଓ ପ୍ରିୟଙ୍କା ପାଢ଼ୀ ଙ୍କ ସୁପୁତ୍ର ଆଦଭିକ୍ ପାଢ଼ୀ । ସେ ବାଲିଗୁଡ଼ା ସ୍ଥିତ ସାଇ ପ୍ରଭୁଜୀ ଗ୍ଲୋବାଲ ସ୍କୁଲରେ ନର୍ସରୀ ଶ୍ରେଣୀରେ ପାଠ ପଢୁଛନ୍ତି । ଆଦଭିକ୍ ୧ ମିନିଟ୍ ୪୩ ସେକେଣ୍ଡରେ ଫଟାଫଟ୍ ୧୦୦ ପ୍ରଶ୍ନର ସଠିକ୍ ଉତ୍ତର ଦେଇ ଏହି ସଫଳତା ହାସଲ କରିଛନ୍ତି ।

