୦୭ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ପଣସପଡି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନମିତା ପ୍ରହରାଜ ସଭାପତିତ୍ବ କରିଥିବା ବେଳେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l

