Home ଓଡ଼ିଶା ନୟାଗଡ଼ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ : ମହିଳା ମାନେ ସାମାଜିକ ବିକାଶର କେନ୍ଦ୍ରବିନ୍ଦୁ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୦୭ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ନୟାଗଡ :- ନୟାଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ସୃଜନ ସମ୍ମିଳନୀ କକ୍ଷରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଅର୍ଚ୍ଚନା କଅଁରଙ୍କ ସୁପରିଚାଳନାରେ ଅନୁଷ୍ଠିତ ହୋଇ ଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ନାରୀ ସୁରକ୍ଷା ଉପରେ ଗୁରୁତ୍ୱାରୋପ କରିବା ସହ ମହିଳା ମାନେ କିଭଳି ସାମାଜିକ ଉନ୍ନତିର ମେରୁଦଣ୍ଡ ସେ ସମ୍ପର୍କରେ ମତବ୍ୟକ୍ତ କରିଥିଲେ l ଏଥିରେ ମୁଖ୍ୟବକ୍ତା ଭାବେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଅଞ୍ଜଳି ମାଛଖଣ୍ଡ ସାମାଜିକ ସ୍ଥିରତାରେ ମହିଳା ମାନଙ୍କର କିଭଳି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ରହିଥିବାରୁ ସେମାନେ କିଭଳି ବିଭିନ୍ନ ରୂପରେ ଚିର ବନ୍ଦନୀୟା ସେ ସମ୍ପର୍କରେ ବେଶ ରୋଚକ ତଥ୍ୟ ପ୍ରଦାନ କରିଥିଲେ l ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, କଟକ ସାଂସଦଙ୍କ ପ୍ରତିନିଧି ପ୍ରମୁଖ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ମହିଳା ସଶକ୍ତି କରଣ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ l ତେବେ ଜିଲ୍ଲା ପୋଷଣ ଅଧିକାରୀ ଆଶିଷ ରଞ୍ଜନ ମହାପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସାଂସ୍କୃତିକ କାର୍ଯ୍ୟକ୍ରମ ପାରିବେଷିତ ହୋଇଥିବା ବେଳେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀ ମହିଳା ମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯିବା ସହ ପୁରସ୍କୃତ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ଜିଲ୍ଲାର ସମସ୍ତ ସିଡିପିଓ, ଅଙ୍ଗନବାଡି କର୍ମୀ, ମହିଳା ସୁରକ୍ଷା ସମ୍ପର୍କିତ କାର୍ଯ୍ୟକ୍ରମରେ ନିୟୋଜିତ ସମସ୍ତ ମହିଳା କର୍ମୀଙ୍କ ସମେତ ବହୁ ସଂଖ୍ୟାରେ ମହିଳା ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା l Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ସର୍ବ ଭାରତୀୟ ସ୍ତରରେ "MY Bharat" (Mera Yuva Bharat) ଦ୍ଵାରା ଆୟୋଜିତ Seva pakhwada (ସେବା ପକ୍ଷ) ଅଭିଯାନ - ରଣପୁର by Proprietor Abhimanyu Maharana September 30, 2026 ରାଜ୍ୟ ସ୍ତରୀୟ ‘ଆଙ୍ଗନ୍ କା ଉତ୍ସବ’ ଓ ୯ମ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଉତ୍ସବରେ ଯୋଗଦେଲେ - ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana September 30, 2026 ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା by Proprietor Abhimanyu Maharana September 29, 2026 ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026