୮ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ମାଲକାନଗିରି :- ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟବନ୍ତ ଛାତ୍ରାବାସ ପରିସରରେ ସୁଭଦ୍ରା ଦ୍ୱିତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ଯୋଗ ଦେଇ ଥିବା ବେଳେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଏପିଡି ଆଡମିନ ରାମଚନ୍ଦ୍ର ଖଡ଼ିଆ ଓ ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ଉପସ୍ଥିତ ଥିଲେ।
ରାଜ୍ୟ ସରକାରଙ୍କ ଏହି ଯୋଜନା ଦ୍ଵାରା ମାତୃଶକ୍ତିଙ୍କ ବିକାଶ ହୋଇପାରିଛି ଓ ସେମାନଙ୍କୁ ଆର୍ଥିକ ଭାବେ ସ୍ବାବଲମ୍ବୀ କରିବାରେ ଏହା ସହାୟକ ହୋଇପାରିଛି ବୋଲି ବିଧାୟକ ମତବ୍ୟକ୍ତ କରିଥିଲେ। ସେହିପରି ଜିଲ୍ଲାରେ ୧୪୯୧୫୩ ଜଣ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଥିବା ବେଳେ ୧୩୬୯୩୩ ଜଣ ଏଥିରେ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆଜି ସୁଦ୍ଧା ୧୩୪୬୧୦ ଜଣ ମହିଳା ସୁଭଦ୍ରା ଯୋଜନାରେ ଆର୍ଥିକ ରାଶି ପାଇଛନ୍ତି ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।
