Home ଓଡ଼ିଶା ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ କରୁଥିବା ଅଭିଯୋଗ କରି ଗଜପତି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ କଲେଜ ଛକ ଠାରେ ପ୍ରତିବାଦ ସଭା ଓ ଧାରଣା by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୮ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପାରଳାଖେମୁଣ୍ଡି :- କଳିଙ୍ଗର ବରପୁତ୍ର ମହାନାୟକ ପ୍ରବାଦ ପୁରୁଷ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତଃ ବିଜୁ ପଟ୍ଟନାୟକ ସମଗ୍ର ବିଶ୍ବରେ ଓଡ଼ିଆ ଜାତିର ଅନ୍ୟ ଏକ ପରିଚୟ। ବିଗତ ୩୦ ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ତାଙ୍କ ଜନ୍ମ ଦିବସ ମାର୍ଚ୍ଚ ୫ ତାରିଖ ପଞ୍ଚାୟତ ରାଜ ଦିବସ ପାଳିତ ହୋଇ ଆସୁଥିଲା। ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବା ପରେ କ୍ୟାଲେଣ୍ଡର ରେ ମଧ୍ଯ ତାହା ସ୍ଥାନ ପାଇଥିଲା। ହେଲେ ହଠାତ୍ ସରକାର ଉକ୍ତ ଦିନ କୁ ପଂଚାୟତରାଜ ଦିବସ ବାତିଲ କରି ଏପ୍ରିଲ ୨୪ ତାରିଖ ଦିନ ପାଳନ କରାଯିବ ବୋଲି ଘୋଷଣା କଲେ। ବିଜୁ ଜନତା ଦଳ ତରଫରୁ ରାଜ୍ୟ ସରକାର ହୀନ ରାଜନୀତି କରୁଥିବା ଓ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ କରୁଥିବା ଅଭିଯୋଗ କରି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ନିକଟରେ ଗଜପତି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ପାରଳା ବିଧାୟକ ଇଂ ରୁପେଶ ପାଣଗ୍ରାହୀଙ୍କ ନେତୃତ୍ୱରେ ଏକ ଶାନ୍ତିପୂର୍ଣ୍ଣ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସ , ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗାବରା ତିରୁପତି ରାଓ , ରାଜ୍ୟ ସମ୍ପାଦକ ପ୍ରଦୀପ ନାୟକ , ବସନ୍ତ ଦାସ , ଉପ ସଭାପତି ଲକ୍ଷ୍ମୀ କାନ୍ତ ପରିଚ୍ଛା , ଗୋଷାଣୀ ବ୍ଲକ୍ ଅଧ୍ୟକ୍ଷ ଏନ୍ ବୀର ରାଜୁ , କାଶୀନଗର ବ୍ଲକ ଅଧ୍ୟକ୍ଷା ବାଲା ଶାୟାମା , ଗୁମା ବ୍ଲକ ଅଧ୍ୟକ୍ଷା ସୁନେମୀ ମଣ୍ଡଳ , ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ , ସୁଧିରଞ୍ଜନ ଦାସ , ବିଶ୍ୱଜିତ୍ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ବିଜୁ ବାବୁଙ୍କ ଜନ୍ମ ଦିବସ କାହିଁକି ପଂଚାୟତରାଜ ଦିବସ ଭାବେ ପାଳିତ ହେବା ଉଚିତ୍ ସେ ନେଇ ଆଲୋଚନା କରିଥଲେ । ଉପସ୍ଥିତ ନେତୃମଣ୍ଡଳୀ ରାଜ୍ଯ ସରକାରଙ୍କ ଏହି ଭୁଲ୍ ନିଷ୍ପତ୍ତି କୁ ଦୃଢ଼ ନିନ୍ଦା କରିଥିଲେ । Categories: ଓଡ଼ିଶା, ଗଜପତି, ହୋମ୍ Related Content ରାଜ୍ୟ ସ୍ତରୀୟ ‘ଆଙ୍ଗନ୍ କା ଉତ୍ସବ’ ଓ ୯ମ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଉତ୍ସବରେ ଯୋଗଦେଲେ - ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana September 30, 2026 ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା by Proprietor Abhimanyu Maharana September 29, 2026 ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ by Proprietor Abhimanyu Maharana September 29, 2026 "ଜାତିର ସ୍ୱର" ର ୬ଷ୍ଠ ବାର୍ଷିକୋତ୍ସବ ପାଳନ by Proprietor Abhimanyu Maharana September 29, 2026 ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ by Proprietor Abhimanyu Maharana September 29, 2026 ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା by Proprietor Abhimanyu Maharana September 29, 2026