ଉତ୍କଳୀୟମ ଫାଉଣ୍ଡେସନର ରାଜ୍ୟ ସ୍ତରୀୟ ଯୁବ ସମ୍ମିଳନୀ -୨୦୨୫

୯ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ରଣପୁର  :-  ନୟାଗଡ ଜିଲ୍ଲା ରଣପୁର ବ୍ଲକ ସୁନାଖଳା ସ୍ଥିତ କୋଟଗଡ଼ ଅନନ୍ତ ଆଶ୍ରମ ଠାରେ ଉତ୍କଳୀୟମ ଫାଉଣ୍ଡେସନ ଟ୍ରଷ୍ଟର ରାଜ୍ୟ ସ୍ତରୀୟ ଯୁବ ସମ୍ମିଳନୀ -୨୦୨୫ ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ଆଇନୀଜୀବୀ ତଥା ପୁରୀ ସାଂସଦ ପ୍ରତିନିଧି ପ୍ରିୟବ୍ରତ ପ୍ରହରାଜ, ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଆଇନୀଜୀବୀ ଗିରିଜାକାନ୍ତ ମହାପାତ୍ର, ସମ୍ମାନିତ ଅତିଥି ଭାବେ ସାମାଜିକ କର୍ମୀ ସୁରେଶ କୁମାର ସ୍ବାଇଁ, ସମାଜସେବୀ ବ୍ରଜ ସୁବୁଦ୍ଧି, ବାସୁଦେବ ସାହୁ,

ବରିଷ୍ଠ ସାମ୍ବାଦିକ ବିଶ୍ୱରଂଜନ ଆଚାର୍ଯ୍ୟ, ଯୁବନେତା ତ୍ରିନାଥ ବିଶ୍ୱାଳ, ଉତ୍କଳୀୟମ ଫାଉଣ୍ଡେସନର ରାଜ୍ୟ ସଂଗଠନର ସାଧାରଣ ସମ୍ପାଦିକା ସୁଚିତ୍ରା ବେହେରା, ରାଜସୁନାଖଳା ସମିତିସଭ୍ୟ ତପନ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ l ଅତିଥିମାନଙ୍କୁ ଚନ୍ଦନ, ପୁଷ୍ପଗୁଛ ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା l ଏହି ସଭାକାର୍ଯ୍ୟକୁ ଉତ୍କଳୀୟମ ଫାଉଣ୍ଡେସନର ଅଧ୍ୟକ୍ଷ ତଥା ଆଇନୀଜୀବୀ ରାଜିବ ଲୋଚନ ପ୍ରଧାନ ସଭାକାର୍ଯ୍ୟକୁ ପରିଚାଳନା କରିଥିଲେ l

ଅଞ୍ଚଳ ତଥା ରାଜ୍ୟର ବିକାଶରେ ଯୁବସମାଜର ଭୂମିକା ସମ୍ପର୍କ ବିଷୟରେ ଉପସ୍ଥିତ ଥିବା ଅତିଥିମାନେ ବିସ୍ତୃତ ଭାବେ ଆଲୋଚନା କରିଥିଲେ l ଏହି ଉତ୍କଳୀୟମ ଫାଉଣ୍ଡେସନ କେବଳ ଓଡିଶା ନୁହେଁ ଓଡିଶା ବାହାରେ ଏକ ଟ୍ରଷ୍ଟ ଭାବେ କାର୍ଯ୍ୟ କରି ଆସୁଅଛି l ଏହି ଫାଉଣ୍ଡେସନ ବର୍ତ୍ତମାନ ସୁଧା ୧୧ ଟି ରାଜ୍ୟରେ କାର୍ଯ୍ୟ କରି ଆସୁଅଛି l ୨୦୧୪ ମସିହାରୁ ଉତ୍କଳୀୟମ ଫାଉଣ୍ଡେସନ ପକୃତି, ସଂସ୍କୃତି ଓ ମାନବିକ ଅଧିକାର ସୁରକ୍ଷା କ୍ଷେତ୍ରରେ ସମଗ୍ର ଭାରତ ବର୍ଷରେ କାର୍ଯ୍ୟ କରିଆସୁଅଛି l

ଏବେ ଏହି ସଂଗଠନ ଭୁବନେଶ୍ୱରରେ କେବଳ ଓଡିଶାରେ ସୀମିତ ହୋଇ ନାହିଁ, ତାହା ଦେଶ ଓ ରାଜ୍ୟ ରାଜ୍ୟ ମଧ୍ୟରେ ପ୍ରସିଦ୍ଧି ଲାଭ କରିଛି ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ l ଏହି କାର୍ଯ୍ୟକ୍ରମରେ ରଣପୁର ନନ୍ଦପୁର କେଳା କେଳୁଣୀ କଳାର ନିଖୁଣ ଅଭିନୟ ଅଜୟ ଦାସ ଓ ତାଙ୍କ ଗ୍ରୁପ କିଛି ସମୟ ପର୍ଯ୍ୟନ୍ତ ଆକର୍ଷଣୀୟ ତଥା ଚମତ୍କାର ଭାବେ କଳା ପ୍ରଦର୍ଶନ କରିଥିଲେ l

ଏଥିରେ ବିଭିନ୍ନ ବୁଦ୍ଧିଜୀବି , ସାମାଜିକ କର୍ମୀ, ସାମ୍ବାଦିକ, ସରପଞ୍ଚ, କୁନି ନୃତ୍ୟ ଶିଳ୍ପୀ, ଶିକ୍ଷକ, କବି, କବୟିତ୍ରୀଙ୍କୁ ମାନପତ୍ର ଓ ଉପଢୌକନ ଦିଆ ଯାଇ ସମ୍ମାନିତ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ଓଡିଶାର ଅଞ୍ଚଳର କୋଣ ଅନୁକୋଣରୁ ବିଭିନ୍ନ ବ୍ୟକ୍ତି ଯୋଗ ଦେଇଥିଲେ l ଫାଉଣ୍ଡେସନର ସଦସ୍ୟମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l

Exit mobile version