Home ଓଡ଼ିଶା ରାଜ୍ୟ ପୋଲିସର ସଫଳ କ୍ରୀଡ଼ାବିତମାନେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ୧୧ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :- ରାଜ୍ୟ ପୋଲିସର ସଫଳ କ୍ରୀଡ଼ାବିତମାନେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଡିଜିପି ଶ୍ରୀ ଖୁରାନିଆ ପଦକ ବିଜେତାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଖେଳାଳିଙ୍କ ଅସାଧାରଣ ପ୍ରତିଭା ଏବଂ କ୍ରୀଡ଼ା ଉତ୍କର୍ଷତା ନିମନ୍ତେ ଭୂୟସୀ ପ୍ରଶଂସା କରିଛନ୍ତି । ସୂଚନାଯୋଗ୍ୟ ଯେ, ମଧ୍ୟପ୍ରଦେଶର ଭୋପାଳଠାରେ ଅନୁଷ୍ଠିତ ହୋଇଥିବା ୨୪ତମ ସର୍ବଭାରତୀୟ ପୁଲିସ ଜଳକ୍ରୀଡ଼ା ଚାମ୍ପିୟନଶିପ୍ ୨୦୨୪-୨୫ରେ ଓଡ଼ିଶା ପୋଲିସକୁ ପ୍ରତିନିଧିତ୍ୱ କରିଥିବା ପ୍ରତିଯୋଗୀମାନେ ବିଭିନ୍ନ ପ୍ରତିଯୋଗିତାରେ ୫ଟି ସ୍ୱର୍ଣ୍ଣ ପଦକ, ୧ ଟି ରୌପ୍ୟ ପଦକ, ୪ଟି କାଂସ୍ୟ ପଦକ ଜିତି ଉଲ୍ଲେଖନୀୟ ସଫଳତା ହାସଲ କରିଥିଲେ । ଏହା ସହ ତ୍ରିପୁରା ଠାରେ ଆୟୋଜିତ ହୋଇଥିବା 73 ତମ ସର୍ବ ଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନଶିପ୍ ରେ ଓଡ଼ିଶା ପୋଲିସ ମହିଳା ଫୁଟବଲ ଟିମ ବ୍ରୋଞ୍ଜ ପଦକ ହାସଲ କରିଥିଲା । ସେହିପରି ପଞ୍ଜାବର ଜଳନ୍ଧର ଠାରେ ଆୟୋଜିତ ହୋଇଥିବା ସର୍ବ ଭାରତୀୟ ପୋଲିସ କବାଡି କ୍ଲଷ୍ଟର ଓଡିଶା ପୋଲିସର ଜିମ୍ନାଷ୍ଟ ସୀତାକାନ୍ତ ଓଝା ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ଏହି ଅବସରରେ ଡିଜିପି ସର୍ବଭାରତୀୟ ପୁଲିସ ଜଳକ୍ରୀଡ଼ାରେ ପ୍ରତ୍ଯେକ ସ୍ବର୍ଣ୍ଣ ପଦକ ବିଜେତାଙ୍କୁ 5 ହଜାର ଟଙ୍କା, ରୌପ୍ୟ ପଦକ ବିଜେତାଙ୍କୁ 3 ହଜାର ଓ ବ୍ରୋଞ୍ଜ ପଦକ ବିଜେତାଙ୍କୁ 2 ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରିବାକୁ ଘୋଷଣା କରିଥିଲେ । ଏହି ପଦକ ଓଡ଼ିଶାର ଯୁବ ପ୍ରତିଭାମାନଙ୍କୁ କ୍ରୀଡ଼ା ପ୍ରତି ଆକୃଷ୍ଟ କରିବା ସହ ଭବିଷ୍ୟତରେ ନୂଆ ମାଇଲଖୁଣ୍ଟ ହାସଲ କରିବା ପାଇଁ ପ୍ରେରଣା ଯୋଗାଇବ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି । ଏହି ଉତ୍ସବରେ ପୋଲିସ କମିଶନର ଶ୍ରୀ ଏସ. ଦେବଦତ୍ତ ସିଂ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ( ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାର, ଅତିରିକ୍ତ ପୋଲିସ କମିଶନର ଶ୍ରୀ ନରସିଂହ ଭୋଳ, ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ସମେତ ଟିମ ମ୍ୟାନେଜର, ପ୍ରଶିକ୍ଷକ ଓ ଖେଳାଳୀମାନେ ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026 କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026