୧୩ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ଦୀର୍ଘ ଦୁଇ ମାସ ଧରି ଆତଙ୍କ ଖେଳାଇଥିବା କୁଖ୍ୟାତ ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି ତୁମୁଡ଼ିବନ୍ଧ ପୋଲିସ । ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ଏହି ଡକାୟତ ଗ୍ୟାଙ୍ଗ ମାସ୍କ ପିନ୍ଧି ବନ୍ଧୁକ ମୁନରେ ଡକାୟତି କରିବା ସହ ଭୁଜାଲି ଦେଖାଇ ଆତଙ୍କ ଖେଳାଇ ଠିକାଦାର ଓ ବ୍ୟବସାୟୀ ଘରେ ପଶି ଡକାୟତି କରୁଥିଲେ । ଏହି କୁଖ୍ୟାତ ଡକାୟତ ଗ୍ୟାଙ୍ଗର ମୋଟ୍ ପାଞ୍ଚ ଜଣ ଦୁର୍ଦ୍ଦାନ୍ତ ଡକାୟତଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ ।
