୧୩ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଲଣ୍ଡାଗାଁ ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l କ୍ଲଷ୍ଟର ସିଆରସିସି ରମେଶ ଚନ୍ଦ୍ର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଲଣ୍ଡାଗାଁ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗବନ୍ଧୁ ନାୟକ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l

