ପାରଳାଖେମୁଣ୍ଡି ସ୍ଥିତ କଟକି ଗୌଡ଼ ସାହି ବାସିନ୍ଦା ସୁଶାନ୍ତ ମହାରଣା ଅଙ୍ଗ ଦାନ କରି ଅମର ହେଲେ

୧୬ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍)  ପାରଳାଖେମୁଣ୍ଡି  :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ କଟିକି ଗୌଡ଼ ସାହିର ଜଣେ ବ୍ୟକ୍ତି ମୃତ୍ୟୁ ପୂର୍ବରୁ ମୋ ଶରୀରର କିଛି ମୂଲ୍ୟବାନ ଅଙ୍ଗ ଦାନ କରିଦେବାକୁ ନେଇ ମାଁଙ୍କୁ ବୁଝାଇଥିଲେ, ପୁଅର କଥା ପ୍ରକାରେ ଆଜି ସେହିଦିନ ଦେଖିବାକୁ ମିଳିଛି, ପୁଅକୁ ହରାଇବା ଦୁଃଖରେ ମାଁ ହୃଦୟ ଫାଟି ପଡୁଥିଲେ ସୁଦ୍ଧା ପୁଅର ପୁଣ୍ୟ କାମ ପାଇଁ ଗର୍ବିତ ବୋଲି କହିଛନ୍ତି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି କଟକି ଗୈାଡ ସାହିର ସନ୍ତୋଷ ମହାରଣା ଓରଫ୍ ନୃସିଂହ ପ୍ରସାଦ ମହାରଣାଙ୍କ ମାଁ ସୁବାସିନୀ ମହାରଣା । ଦୁଇ ଦିନ ପୂର୍ବେ ହଠାତ ମୁହଁ ବୁଲେଇ ତଳେ ପଡି ମସ୍ତିଷ୍କରେ ଆଘାତ ଲାଗି ଗୁରୁତର ହୋଇ ପଡ଼ିଥିଲେ ସନ୍ତୋଷ ।

ତାଙ୍କୁ ପ୍ରଥମେ ପାରଳାଖେମୁଣ୍ଡି ପରେ ଶ୍ରୀକାକୁଲମ ଜେମସ ହସ୍ପିଟାଲରେ ଭର୍ତ୍ତି କରିଥିଲେ ପରିବାର ଲୋକେ । ତାଙ୍କର ବଞ୍ଚିବା ସମ୍ଭାବନା କମ ଥିବା ଡ଼ାକ୍ତର କହିବା ପରେ ତାଙ୍କ ଶରୀରର ଗୁରୁତ୍ଵପୂର୍ଣ୍ଣ ଅଙ୍ଗ ଦାନ କରିବା ପାଇଁ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ  ସନ୍ତୋଷ । ଶରୀରର ଦୁଇଟି ଚକ୍ଷୁ, କିଡନୀ ଦ୍ବୟ , ଭଳି ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଦାନ କରିବା ପାଇଁ ସହମତି ଜଣାଥିଲେ ସ୍ତ୍ରୀ ଓ ପରିବାର ଲୋକେ । ପରିବାର କହିଲେ ବୃଦ୍ଧାମା ସ୍ତ୍ରୀ ସହ ଛୋଟ ପୁଅଟିଏ ଓ ଝିଅ ଟିଏ ।

ନିଜ ବାସଗୃହ ବିକ୍ରି କରି ପିତାଙ୍କ ଚିକିତ୍ସାରେ ଖର୍ଚ୍ଚ କରିବା ପରେ ନିଜର ଘର ବା ସମ୍ପତ୍ତି ବୋଲି କିଛି ନାହଁ । ଭଡ଼ା ଘରେ ଅତିବାହିତ ହେଉଛି ଜୀବନ । ମାଁ ସୂବାସିନୀ କହନ୍ତି ସନ୍ତୋଷଙ୍କ ପିତା ସିମାଞ୍ଚଳ ମହାରଣାଙ୍କ ମୃତ୍ୟୁ ପରେ ସନ୍ତୋଷଙ୍କ ମନରେ ରୋଗୀଙ୍କ ପ୍ରତି ଅନୁକମ୍ପା ବଢ଼ି ଥିଲା । ସ୍କୁଲରେ ପାଠ ପଢା ସମୟରୁ ଅନେକ ଥର ରକ୍ତଦାନ କରି ଆସୁଥିଲେ ସନ୍ତୋଷ । କାହାର ଦୁଃଖ ଦେଖିଲେ ସହି ପାରୁ ନଥିଲେ । ଆଜି ସେ ଅଙ୍ଗ ଦାନ କରି ଅନ୍ୟର ଜୀବନରେ ବ୍ୟବହୃତ ହୋଇ ପାରିବ । ଅଙ୍ଗ ଦାନ କରି ଏକ ଗଜପତି ଜିଲ୍ଲାରେ ଏକ ଉଦାହରଣ ସୃଷ୍ଟି କରିିଛନ୍ତି ସନ୍ତୋଷ । ସେଥିପାଇଁ ପରିବାର ଲୋକେ ଗର୍ବିତ ବୋଲି କହିଛନ୍ତି l

Exit mobile version