୧୬ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ବର :- ଭୁବନେଶ୍ବରରେ ଭୁବନେଶ୍ବରରେ ସ୍ଥାପନ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟର୍ ର ଏକ ଶାଖା । ଏନେଇ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବାତଙ୍କୁ ଗତ ୧୩ ମାର୍ଚ୍ଚରେ ନୂଆଦିଲ୍ଲୀରେ ସାକ୍ଷାତ କରିବା ଅବସରରେ ଏକ ଦାବି ସମ୍ବଳିତ ପତ୍ର ପ୍ରଦାନ କରିଛନ୍ତି । କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଏ ଦିଗରେ ପଦକ୍ଷେପ ଗ୍ରହଣ କରିବା ନେଇ ଭୁବନେଶ୍ବର ସାଂସଦଙ୍କୁ ଆଶ୍ବାସନା ଦେବା ସହିତ ଶୀଘ୍ର ଏହାର କାମ ଆରମ୍ଭ ହେବା ନେଇ ପ୍ରତିଶ୍ରୁତି ରଖିଛନ୍ତି ।
ଏହି ଅବସରରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଗତ ୨୦୨୪ ସେପ୍ଟେମ୍ବର ୧୦ ତାରିଖରେ ବ୍ରାଞ୍ଚ ଅଫ୍ ନାସନାଲ୍ ଗ୍ୟାଲେରୀ ଅଫ୍ ମଡର୍ଣ୍ଣ ଆର୍ଟ ବା ଏନଜିଏମଏ, ଭୁବନେଶ୍ବରରେ ପ୍ରତିଷ୍ଠା କରିବାକୁ କେନ୍ଦ୍ର ନିକଟରେ ପ୍ରଥମେ ପ୍ରସ୍ତାବ ରଖିଥିଲେ । ପୂର୍ବରୁ ୨୫ ସେପ୍ଟେମ୍ବର ୨୦୨୪ରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଭୁବନେଶ୍ବରରେ ଏକ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀର ଏକ ଶାଖା ପ୍ରତିଷ୍ଠା ନେଇ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଶୀଘ୍ର ଏକ ଚିଠି ଲେଖି ଦାବି ଜଣାଇଥିଲେ ।
