୧୬ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ନୟାଗଡ଼ :- ନୟାଗଡ଼ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ କାର୍ଯ୍ୟକାରିଣୀ ବୈଠକ ଓ ରଣପୁର ଶାଖା ପ୍ରତିଷ୍ଠା ଦିବସ ରଣପୁର ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ରଣପୁର ବ୍ଲକ ଶାଖା ସଭାପତି ପ୍ରସନ୍ନ କୁମାର ସାମନ୍ତରାୟଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ଅତିଥି ଭାବେ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ, ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୂତି ଭୂଷଣ କର, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ରଣପୁର ଏନଏସି ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ ଖଟେଇ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର ସାହୁ, ଜିଲ୍ଲା ଶାଖା ସମ୍ପାଦକ ବୈଦ୍ୟ ଭୂଷଣ ମହାପାତ୍ର,

