ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ : ବନ୍ୟା ସ୍ଥିତି ମୁକାବିଲା କରିବା ପାଇଁ ୬ ଆଇଏଏସଙ୍କୁ ଦାୟିତ୍ୱ ଦିଆଯାଇଛି ।

ଓଡ଼ିଶା ତାଜା ନ୍ୟୁଜ୍ (୨୯ ଅଗଷ୍ଟ ଶନିବାର ) ଭୁବନେଶ୍ୱର :ବନ୍ୟା ସ୍ଥିତି ମୁକାବିଲା କରିବା ପାଇଁ ୬ ଆଇଏଏସଙ୍କୁ ଦାୟିତ୍ୱ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ଦାୟିତ୍ୱ ଦିଆଯାଇଛି । ବାଲେଶ୍ୱର ଜିଲ୍ଲା ପାଇଁ ବିଶାଲ ଦେବଙ୍କୁ ଦାୟିତ୍ୱ ଦିଆଯାଇ ଥିବା ବେଳେ ଭଦ୍ରକ ଜିଲ୍ଳା ପାଇଁ ବି.ପି. ସେଠୀଙ୍କୁ ଦାୟିତ୍ୱ ଦିଆଯାଇଛି ।

ଯାଜପୁର ଜିଲ୍ଲା ପାଇଁ ଭି. ଭି. ଯାଦବ, ଜଗତସିଂହପୁର ଜିଲ୍ଲା ପାଇଁ ସତ୍ୟବ୍ରତ ସାହୁ, କେନ୍ଦ୍ରାପଡ଼ା ପାଇଁ ହେମନ୍ତ ଶର୍ମା ଓ କଟକ ଜିଲ୍ଲା ପାଇଁ ଡି.କେ. ସିଂ ଙ୍କୁ ଦାୟିତ୍ୱ ଦିଆଯାଇଛି । ଏହାସହ ବର୍ତ୍ତମାନ ହୀରାକୁଦ ଡ୍ୟାମର ମୋଟ୍‌ ୪୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି।

Exit mobile version