Home ଓଡ଼ିଶା ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) କନ୍ଧମାଳ :- କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ମିଡିଆକିଆ ପଞ୍ଚାୟତ ସରପଞ୍ଚ ଅଶୋକ ମଳିକଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ଯୋଗେନ୍ଦ୍ର ଜେନା ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ସେବା ନିବୃତ ଶିକ୍ଷକ ବଂଶୀଧର ପଣ୍ଡା, ସମ୍ମାନିତ ଅତିଥି ଭାବେ ଗୌର ଚନ୍ଦ୍ର ପୂଜାରୀ, ସମିତି ସଭ୍ୟା ଜାନକୀ କହଁର, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁବାଷ ମଳିକ ଓ କେଶବ ଦିଗାଳ ପ୍ରମୁଖ ଯୋଗ ଦେଇ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମର ଉଦେଶ୍ୟ ଓ ଉପଯୋଗୀତା ସହ ଶୈକ୍ଷିକ ବିକାଶରେ ମାତା ଓ ପିଲାଙ୍କ ଭୁମିକା ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଧାନ ଶିକ୍ଷକ ସବିର ପ୍ରଧାନ ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ବିବରଣୀ ପଠନ କରିଥିଲେ l ଅବନ କୁମାର ନାୟକ ଓ ଗୋବିନ୍ଦ ଚନ୍ଦ୍ର ବିଷୋୟୀ ମଞ୍ଚ ପରିଚାଳନା କରିଥିଲେ l ନିୟମିତ ଉପସ୍ଥାନ, ଶୃଙ୍ଖଳା ଓ କ୍ରୀଡା ବିଭାଗ ଭଳି ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ସଭ୍ୟା ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l ଶେଷରେ ରମାକାନ୍ତ ବିଶ୍ଵାଳ ଧନ୍ୟବାଦ ଅର୍ପଣ କରିଥିଲେ l Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା by Proprietor Abhimanyu Maharana September 27, 2026 କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ by Proprietor Abhimanyu Maharana September 27, 2026 କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ by Proprietor Abhimanyu Maharana September 27, 2026 ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ by Proprietor Abhimanyu Maharana September 27, 2026 ଅଶାନ୍ତ ସମୁଦ୍ର : ଆତଙ୍କିତ ଉଠାଦୋକାନୀ ଢେଉରେ ଭାସିଗଲା ଖଟପସରା by Proprietor Abhimanyu Maharana September 27, 2026 हावड़ा–बड़बिल जन शताब्दी एक्सप्रेस के कोचों का व्यापक उन्नयन by Proprietor Abhimanyu Maharana September 27, 2026