Home ଓଡ଼ିଶା ଦାରିଙ୍ଗବାଡ଼ି ଓକିଲ ସଂଘ ନିର୍ବାଚନ ଶେଷ : ପ୍ରଦୀପ ସଭାପତି, ଇନ୍ଦ୍ରମଣୀ ସମ୍ପାଦକ by Proprietor Abhimanyu Maharana 2 years ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଓକିଲ ସଙ୍ଘର କର୍ମକର୍ତ୍ତା ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି । ସଂଘର ମୁଖ୍ୟ ପଦବୀ ସଭାପତି ଭାବେ ପ୍ରଦୀପ କୁମାର ସାହୁ ନିର୍ବାଚିତ ହୋଇଥିବା ବେଳେ ସାଧାରଣ ସମ୍ପାଦକ ଭାବେ ଇନ୍ଦ୍ରମଣୀ ପ୍ରଧାନ ନିର୍ବାଚିତ ହୋଇଛନ୍ତି । ଏହି ଉଭୟ ପଦ ପାଇଁ ତ୍ରିମୁଖୀ ଲଢେଇ ହୋଇଥିବା ବେଳେ ଦୁହେଁ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀଙ୍କ ଠାରୁ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି । ସେହିପରି କୋଷାଧ୍ୟକ୍ଷ ଭାବେ ରାମଚନ୍ଦ୍ର ବେହେରା ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ବେଳେ ଉପସଭାପତି ଭାବେ ସନ୍ତୋଷ କୁମାର ସାହୁ, ସହ ସମ୍ପାଦକ ହରେନ କୁମାର ସାହୁ, ପାଠାଗାର ସମ୍ପାଦକ ଭାବେ ଏଲିୟାସ ମାଝୀ, କାର୍ଯ୍ୟକାରୀ ସଦସ୍ୟ ଭାବେ ମନୋଜ କୁମାର ପଣ୍ଡା ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିଲେ। ଏହି ନିର୍ବାଚନକୁ ବରିଷ୍ଠ ଆଇନଜୀବୀ ଉମେଶ କର ନିର୍ବାଚନ ପରିଚାଳନା କରିଥିଲେ । ଶାନ୍ତିପୂର୍ଣ୍ଣ ଭାବରେ ନିର୍ବାଚନ ସମ୍ପନ୍ନ ହୋଇଥିବା ବରିଷ୍ଠ ଓକିଲ ଉମେଶ କର କହିଛନ୍ତି । ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ନିର୍ବାଚନ ସମୟରେ ସମସ୍ତ ଓକିଲ ଉପସ୍ଥିତ ରହି ନିର୍ବାଚନରେ ସାମିଲ ହୋଇଥିଲେ । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026 କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା by Proprietor Abhimanyu Maharana September 28, 2026 ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ by Proprietor Abhimanyu Maharana September 28, 2026 ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ by Proprietor Abhimanyu Maharana September 28, 2026 କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ by Proprietor Abhimanyu Maharana September 28, 2026